ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍‌ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି ନୁର୍‌ ଆଫିଆ କିଷ୍ଟିନା ଜାମଜୁରୀ। ମାଲେସିଆର ଏହି ଛୋଟ ଝିଅଟି ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ପିପିଇ କିଟ୍‌ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି।
ନୁର ଆଫିଆ କରୋନା ଭାଇରସ୍‌ ସମ୍ପର୍କରେ ଜାଣିବା ପରେ ଡାକ୍ତରମାନେ କିଭଳି ନିଜ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କୁ ଚିକିତ୍ସା କରୁଛନ୍ତି, ଗଣମାଧ୍ୟମରୁ ଜାଣି ପାରିଥିଲେ। ଏହାପରେ ସ୍ଥାନୀୟ ଅଞ୍ଚଳର ଏକ ଡାକ୍ତରଖାନାରେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ପିପିଇ କିଟ୍‌ର ଆବଶ୍ୟକତା ଥିବା ସେ ଜାଣିବାକୁ ପାଇଥିଲେ। ଏହାପରେ ସେ ନିଜେ ଏହି କାମ କରିବା ପାଇଁ ଆଗେଇ ଆସିଥିଲେ। କିନ୍ତୁ ଏତେ କମ୍‌ ବୟସର ଝିଅ ଏହି କାମ କରିପାରିବ କି ନାହିଁ, ସେନେଇ ଡାକ୍ତରଖାନା କର୍ମଚାରୀମାନେ ସନ୍ଦେହ କରିଥିଲେ। ମାତ୍ର ନୁର୍‌ ସେମାନଙ୍କୁ ଦୃଢ ଆଶ୍ୱାସନା ଦେବା ସହ କାମ ଆରମ୍ଭ କରିଥିଲେ। ୫ ବର୍ଷ ବୟସରୁ ସେ ପୋଷାକ ସିଲେଇ କରିବା ଶିଖିଥିଲେ। ତେଣୁ ବେଶ୍‌ ସହଜରେ ସେ ଏହି ପୋଷାକ ତିଆରି କରି ଡାକ୍ତରଖାନାକୁ ଦେଇଥିଲେ। ଏବେ ସେ ଅନ୍‌ଲାଇନ୍‌ରେ ନିଜ କ୍ଲାସ୍‌ ଶେଷକରିବା ପରେ ଡାକ୍ତରଙ୍କ ପାଇଁ ପିପିଇ କିଟ୍‌ ସିଲେଇ କରି ଯୋଗାଉଛନ୍ତି। ଏବେ ସୁଦ୍ଧା ସେ ମୋଟ ୧୩୦ଟି ପିପିଇ କିଟ୍‌ ତିଆରି କରି ସାରିଲେଣି। ଏବେ ବି ଏହି କାମରେ ଲାଗିଛନ୍ତି ସେ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?