ପିପିଏଲ ଜଳାଶୟରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ପାରାଦୀପ,୭ା୧(ସ୍ବ.ପ୍ର.): ପାରାଦୀପ ଫସ୍‌ପେଟ୍‌ସ ଲିମିଡେଟ୍‌(ପିପିଏଲ୍‌) ପରିସରରେ ଥିବା ୧୬ଟି ବୃହତ ଜଳାଶୟରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ସୋମବାର ରାଜନଗର ବନଖଣ୍ଡ ପକ୍ଷରୁ ମିଳିଥିବା ପକ୍ଷୀଗଣନା ରିପୋର୍ଟ ଅନୁସାରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ଏସବୁ ଜଳାଶୟରେ ଅଛନ୍ତି। ୩୮ ପ୍ରଜାତିର ପକ୍ଷୀ ଏଥିରେ ଅନ୍ତର୍ଭୁକ୍ତ। ଡ୍ବିଙ୍ଗେଡଗେଷ୍ଟ ଭଳି ନୂଆ ପକ୍ଷୀ ରହିଛନ୍ତି ବୋଲି ବନବିଭାଗର ରେଞ୍ଜ ଅଫିସର ମାନସ କୁମାର ଦାସ କହିଛନ୍ତି। ସୂଚନାଥାଉକି ପିପିଏଲ୍‌ ପରିସରରେ ୧୬ଟି ବଡ଼ ଜଳାଶୟ ରହିଛି। ସେଥିରେ ଗତ ୧୦ ବର୍ଷ ହେଲା ଶୀତଦିନେ ଦେଶୀ-ବିଦେଶୀ ପକ୍ଷୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି। ଅଧିକ ସଂଖ୍ୟାରେ ପକ୍ଷୀ ଆସିବାଯୋଗୁ ପ୍ରତିବର୍ଷ ଗଣନା ମଧ୍ୟ କରାଯାଉଛି। ପିପିଏଲ କର୍ତ୍ତୃପକ୍ଷ ପକ୍ଷୀଙ୍କ ସୁରକ୍ଷା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି। କୌଣସି ଲୋକ ଯେପରି ପକ୍ଷୀଙ୍କୁ ବ୍ୟାହତ ନ କରନ୍ତୁ ସେଥିପାଇଁ କଠୋର ବ୍ୟବସ୍ଥା ମଧ୍ୟ ଆପଣେଇଛନ୍ତି। ନିରୋଳା ପରିବେଶ, ଉପଯୁକ୍ତ ବାସ ଓ ଖଦ୍ୟ ପର୍ଯ୍ୟାପ୍ତ ପରିମାଣରେ ଥିବାରୁ ପକ୍ଷୀଙ୍କ ପାଇଁ ଉପଯୋଗୀ ବୋଲି କମ୍ପାନୀ କର୍ତ୍ତୃପକ୍ଷ କହିଛନ୍ତି। ଏଥିସହ ପର୍ଯ୍ୟାବରଣ କ୍ଷେତ୍ରରେ ସମସ୍ତ କମ୍ପାନୀଠାରୁ ଅଧିକ ଏବଂ ଧାର୍ଯ୍ୟ ୩୩ ପ୍ରତିଶତଠାରୁ ୫ ପ୍ରତିଶତ ଗଛ କମ୍ପାନୀ ପରିସରରେ ରହିଛି। ପ୍ରଦୂଷଣ ଯୁକ୍ତ କାରଖାନା ପରିସରରେ ବିଦେଶୀ ପକ୍ଷୀ କେବେ ରହି ନ ଥାନ୍ତି। କମ୍ପାନୀର ପ୍ରଦୂଷଣ ନୀତି ପକ୍ଷୀଙ୍କ ଆଗମନରୁ ଜଣାଯାଏ ବୋଲି କମ୍ପାନୀ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri