ପିପିଲିରେ ଖୋଲିଲା କୋଭିଡ୍‌ ଶେଡ, ସମୀକ୍ଷା କଲେ ମନ୍ତ୍ରୀ

ପିପିଲି,୪।୫(ସ୍ବ.ପ୍ର.): ପିପିଲିର ସ୍ଥାନୀୟ ଏକ ଇଞ୍ଜିନିୟରିଂ କଲେଜରେ ପ୍ରବାସୀମାନଙ୍କ ପାଇଁ ପୁରୀ ଜିଲା ଅଭ୍ୟର୍ଥନା କକ୍ଷ(କୋଭିଡ ଶେଡ) ଖୋଲାଯାଇଛି। ପୁରୀକୁ ପ୍ରବାସୀଙ୍କୁ ନେଇ ଆସୁଥିବା ପ୍ରତ୍ୟେକ ବସକୁ ଏଠାରେ ଅଟକା ଯାଇ ଚେକିଠ କରାଯିବ। ଜିଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଏଠାରେ ସମସ୍ତ ବନ୍ଦୋବସ୍ତ କରାଯାଇଛି। ସୋମବାର ଏଠାରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। କକ୍ଷରେ ପ୍ରବାସୀଙ୍କ ରେଜିଷ୍ଟ୍ରେଶନ ଓ ଟେଷ୍ଟ ପାଇଁ କିଭଳି ବ୍ୟବସ୍ଥା କରାଯାଇଛି ତାହା ମନ୍ତ୍ରୀ ବୁଲି ଦେଖିଥିଲେ। ପ୍ରବାସୀଙ୍କ ପାଇଁ ଯେଭଳି କୌଣସି ସମସ୍ୟା ସୃଷ୍ଟି ନ ହୁଏ ସେନେଇ ବିଶେଷ ଦୃଷ୍ଟି ଦେବାକୁ ମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସମୟରେ ପୁରୀ ଉପଜିଲାପାଳ ଭବତାରଣ ସାହୁ, ପିପିଲି ତହସିଲଦାର ସପନ କୁମାର ନନ୍ଦ, ବିଡିଓ ଗୌରବମୟ ପ୍ରଧାନ, ଆଇଆଇସି ଶରତ କୁମାର ସାହୁ ଓ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିକାରୀ ମନୋଜ କୁମାର ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି କଲେଜରେ ପ୍ରବାସୀମାନଙ୍କ ଗାଡି ପହଞ୍ଚିବା ପରେ ସମସ୍ତଙ୍କର ଥର୍ମାଲ ସ୍କ୍ରିନିଂ କରାଯିବା ସହ ଆଣ୍ଟିବଡି ରାପିଡ୍‌ ଟେଷ୍ଟ କରାଯିବ। ରବିବାର ଗୋଟିଏ ବସରେ ୪୦ଜଣ ପ୍ରବାସୀ ଆସିଥିବା ବେଳେ ସୋମବାର ୪ଟି ଗାଡିରେ ବାଙ୍ଗାଲୋର, ଚେନ୍ନାଇ, ତାମିଲନାଡୁ, ସୁରଟରୁ ମୋଟ ୬୭ଜଣ ପ୍ରବାସୀ ପୁରୀ ଜିଲାକୁ ଆସିଛନ୍ତି। ଏହି ସମସ୍ତ ପ୍ରବାସୀଙ୍କୁ କୋଭିଡ ଶେଡରେ ଟେଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri