ପିପିଲିରେ ଖୋଲିଲା କୋଭିଡ୍‌ ଶେଡ, ସମୀକ୍ଷା କଲେ ମନ୍ତ୍ରୀ

ପିପିଲି,୪।୫(ସ୍ବ.ପ୍ର.): ପିପିଲିର ସ୍ଥାନୀୟ ଏକ ଇଞ୍ଜିନିୟରିଂ କଲେଜରେ ପ୍ରବାସୀମାନଙ୍କ ପାଇଁ ପୁରୀ ଜିଲା ଅଭ୍ୟର୍ଥନା କକ୍ଷ(କୋଭିଡ ଶେଡ) ଖୋଲାଯାଇଛି। ପୁରୀକୁ ପ୍ରବାସୀଙ୍କୁ ନେଇ ଆସୁଥିବା ପ୍ରତ୍ୟେକ ବସକୁ ଏଠାରେ ଅଟକା ଯାଇ ଚେକିଠ କରାଯିବ। ଜିଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଏଠାରେ ସମସ୍ତ ବନ୍ଦୋବସ୍ତ କରାଯାଇଛି। ସୋମବାର ଏଠାରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। କକ୍ଷରେ ପ୍ରବାସୀଙ୍କ ରେଜିଷ୍ଟ୍ରେଶନ ଓ ଟେଷ୍ଟ ପାଇଁ କିଭଳି ବ୍ୟବସ୍ଥା କରାଯାଇଛି ତାହା ମନ୍ତ୍ରୀ ବୁଲି ଦେଖିଥିଲେ। ପ୍ରବାସୀଙ୍କ ପାଇଁ ଯେଭଳି କୌଣସି ସମସ୍ୟା ସୃଷ୍ଟି ନ ହୁଏ ସେନେଇ ବିଶେଷ ଦୃଷ୍ଟି ଦେବାକୁ ମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସମୟରେ ପୁରୀ ଉପଜିଲାପାଳ ଭବତାରଣ ସାହୁ, ପିପିଲି ତହସିଲଦାର ସପନ କୁମାର ନନ୍ଦ, ବିଡିଓ ଗୌରବମୟ ପ୍ରଧାନ, ଆଇଆଇସି ଶରତ କୁମାର ସାହୁ ଓ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିକାରୀ ମନୋଜ କୁମାର ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି କଲେଜରେ ପ୍ରବାସୀମାନଙ୍କ ଗାଡି ପହଞ୍ଚିବା ପରେ ସମସ୍ତଙ୍କର ଥର୍ମାଲ ସ୍କ୍ରିନିଂ କରାଯିବା ସହ ଆଣ୍ଟିବଡି ରାପିଡ୍‌ ଟେଷ୍ଟ କରାଯିବ। ରବିବାର ଗୋଟିଏ ବସରେ ୪୦ଜଣ ପ୍ରବାସୀ ଆସିଥିବା ବେଳେ ସୋମବାର ୪ଟି ଗାଡିରେ ବାଙ୍ଗାଲୋର, ଚେନ୍ନାଇ, ତାମିଲନାଡୁ, ସୁରଟରୁ ମୋଟ ୬୭ଜଣ ପ୍ରବାସୀ ପୁରୀ ଜିଲାକୁ ଆସିଛନ୍ତି। ଏହି ସମସ୍ତ ପ୍ରବାସୀଙ୍କୁ କୋଭିଡ ଶେଡରେ ଟେଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri