ପିପି କିଟ୍‌ ଯୋଗାଣ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

କଟକ ଅଫିସ,୧୭।୩:ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଥିସହ ପ୍ରତିଦିନ ଅନ୍ୟ ରୋଗୀମାନଙ୍କ ଭିଡ ମଧ୍ୟ ବୃଦ୍ଧି ପାଉଛି। ଏଣୁ କାର୍ଯ୍ୟରତ ଡାକ୍ତରମାନେ କରୋନା ଭୁତାଣୁକୁ ନେଇ ଭୟରେ ଥିବାବେଳେ ସେମାନଙ୍କୁ ପିପି କିଟ୍‌ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ସଂପ୍ରତି ଏହି ମେଡିକାଲ୍‌ରେ ୭୦୦ ଜୁନିୟର ଏବଂ ୩୦୦ ସିନିୟର୍‌ ରେସିଡେଣ୍ଟ ଡାକ୍ତର କାର୍ଯ୍ୟ କରୁଛନ୍ତି। ସେମାନେ ଅଧିକ ସମୟ ପର୍ଯ୍ୟନ୍ତ ଚିକିତ୍ସାରେ ନିୟୋଜିତ ହେଉଛନ୍ତି। ଏସ୍‌ସିବିରେ ଭର୍ତ୍ତି ହେଉଥିବା ଅନ୍ୟ ରୋଗୀମାନଙ୍କ ମଧ୍ୟରେ କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ରହିଛି। ଫଳରେ ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସୁରକ୍ଷା ପାଇଁ ପିପି କିଟ୍‌ର ଆବଶ୍ୟକତା ରହିଛି। ଡାକ୍ତରଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଜୁନିୟର ଡାକ୍ତର ଆସୋସିଏଶନ ପକ୍ଷରୁ ଏସ୍‌ସିବି ମେଡିକାଲ ଅଧ୍ୟକ୍ଷଙ୍କୁ ଏକ ଚିଠି ଲେଖାଯାଇଥିବା ପୂର୍ବତନ ସଭାପତି ଦୀପକ କୁମାର ସାମଲ କହିଛନ୍ତି। ଡାକ୍ତରଙ୍କ ସୁରକ୍ଷା ପାଇଁ ଏନ୍‌ ୯୫ ମାସ୍କ, ସାବୁନ, ସାନିଟାଇଜର, ଗ୍ଲୋବ୍‌ସ ଏବଂ ଗାଉନ ମେଡିକାଲରେ ମହଜୁଦ ରଖିବାକୁ ଜୁନିୟର ଡାକ୍ତର ଆସୋସିଏଶନର ରାଜ୍ୟ ସଭାପତି ଡା. ଆଶିଷ କୁମାର ମିଶ୍ର ଦାବି କରିଛନ୍ତି। ଆବଶ୍ୟକ ଉପକରଣଗୁଡିକ ପ୍ରଦାନ ନ କରାଗଲେ ଚିକିତ୍ସା କାର୍ଯ୍ୟରେ ଅନେକ ବାଧା ସୃଷ୍ଟି ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି। ଏ ନେଇ ଅଧ୍ୟକ୍ଷ ପ୍ରଫେସର ଡା. ଜୟଶ୍ରୀ ମହାନ୍ତି କହିଛନ୍ତି, ଜୁନିୟର ଡାକ୍ତରମାନେ ଚିଠି ଦେଇଛନ୍ତି। ଦାବିଗୁଡିକ ସମ୍ପର୍କରେ ଅଧୀକ୍ଷକଙ୍କ ସହ ଆଲୋଚନା କରାଯାଇଛି। ମଙ୍ଗଳବାର ଆବଶ୍ୟକ ସାମଗ୍ରୀଗୁଡିକ ଯୋଗାଇ ଦିଆଯିବା ଉପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri