ପିଲାଙ୍କ ଘରେ ଖାଦ୍ୟ ପହଞ୍ଚାଇବେ ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ସତର୍କତା ପାଇଁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏ ନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହୁଥିବାରୁ ପିଲାଙ୍କ ଘରେ ଖାଦ୍ୟ ଦିଆଯିବ। ୩ ରୁ ୬ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ଘରେ ଶୁଖିଲା ରାଶନ ପହଞ୍ଚାଯିବ। ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ହିତାଧିକାରୀଙ୍କ ଘରେ ରାଶନ ପହଞ୍ଚାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ପ୍ରତି ଗ୍ରାମରେ ଥିବା ଏଏନ୍‌ଏମ୍‌/ଆଶା କର୍ମଚାରୀମାନଙ୍କ ପାଖରେ ଅତ୍ୟାବଶ୍ୟକ ଔଷଧ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।