ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଧାୟକ

କୋକସରା,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର କେତେକ ସ୍କୁଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ପିଲାମାନଙ୍କୁ ପାଠ ପଢାଇବା ସହ ପିଲାଙ୍କ ସାଙ୍ଗରେ ମିଶି ମଧ୍ୟାହ୍ନ ଭୋଜନ ମଧ୍ୟ ଖାଇଛନ୍ତି । ବିଧାୟକ କୋକସରା ବ୍ଲକ କାଉଡୋଳା ପ୍ରାଥମିକ ବିଦ୍ୟାଳୟ, ବଡପୋଡାଗୁଡା ପ୍ରାଥମିକ ବିଦ୍ୟାଳୟ ଅଚାନକ ପହଞ୍ଚତ୍ ସ୍କୁଲର ପରିବେଶ ଓ ଭିତ୍ତିଭୂମି ବୁଲି ଦେଖିବା ସହ ପିଳାମାନଙ୍କ ପାଖରେ ବସି କେମିତି ପାଠପଢା ହେଉଛି, ସ୍କୁଲ ଶିକ୍ଷକମାନେ ନିୟମିତ ଆସୁଛନ୍ତି କି ନାହିଁ ବୋଲି ପଚାରିବା ସହ ସେମାନଙ୍କୁ ଗଣିତରେ ମେଳାଙ୍କ ଓ ପଣିକିଆ ଓ ଇଂଲିଶର କିଛି ଶଦ୍ଧର ଉଚ୍ଚାରଣ କରିବାକୁ କହିଥିଲେ। ବଡପୋଡାଗୁଡା ପଞ୍ଚାୟତରେ ପହଞ୍ଚତ୍ ଆବାସ ଯୋଜନରେ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରି ନିର୍ଦ୍ଦାରିତ ସମୟ ସୀମା ମଧ୍ୟରେ ଘର କାର୍ଯ୍ୟ ସମାପ୍ତ କରି ପ୍ରତ୍ସାହନ ରାଶି ପାଇଁବାକୁ ଚେଷ୍ଠା କରନ୍ତୁ ବୋଲି କହିଥିଲେ। ପରେ ଆମପାଣିଠାରେ ଥିବା ଜନଜାତି ଆବାସିକ ବିଦ୍ୟାଳୟକୁ ପହଞ୍ଚତ୍ ଏଠାରେ ରହୁଥିବା ଅନ୍ତ୍ୟେବାସୀମାନଙ୍କ ହଷ୍ଟେଲ ସହ ପାନୀୟ ଜଳ ଓ ଖାଦ୍ୟର ମାନ ପରୀକ୍ଷା କରିବା ପାଇଁ ପିଲାମାନଙ୍କ ସାଥିରେ ମିଶି ଭୋଜନ କରିଥିଲେ। ବିଧାୟକଙ୍କୁ ପାଖରେ ପାଇ ସ୍କୁଲ ଛାତ୍ରୀଛାତ୍ରମାନେ ଖୁସି ଥିବା ବେଳେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ସ୍କୁଲର କର୍ମଚାରୀମାନଙ୍କ ସହ ବିଧାୟକ ଆଲୋଚନା କରି ଶିକ୍ଷାକୁ ବ୍ରତ ରୁପେ ଗ୍ରହଣ କରି ପିଲାମାନଙ୍କୁ ଉଚିତ ମାର୍ଗଦର୍ଶନ ଦିଅ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri