ପିଲାଙ୍କ ସୁରକ୍ଷା ପାଇଁ ନେହୁରା ହେଲେ କ୍ୟାନସର ପୀଡ଼ିତା

କଟକ ଅଫିସ, ୧୦।୯: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସୋମବାର ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। କର୍କଟ ରୋଗରେ ପୀଡ଼ିତ ମହିଳା ମୁନି ଖାତୁନ ନିଜ ୩ କୁନି ଛୁଆଙ୍କୁ ଆଶ୍ରୟ ଦେବା ପାଇଁ ନିବେଦନ କରୁଥିଲେ। ମୋ ୩ ପିଲାଙ୍କୁ କେହି ଜଣେ ରଖିଥାଅ। ମୋ ସ୍ବାମୀ ଜାଣିଲେ ଛୁଆମାନଙ୍କୁ ବିକିଦେବେ। ମୁଁ ଡାକ୍ତରଖାନାରେ ଭଲ ହୋଇସାରିଲେ ସେମାନଙ୍କୁ ନେଇ ଆସିବି ବୋଲି ଗୁହାରି କରୁଥିଲେ। ଏହି ଘଟଣା ଜଣାପଡ଼ିବା ପରେ ମେଡିକାଲ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଥିଲା। ସାମାଜିକ କର୍ମୀ ଅଭିମନ୍ୟୁ ଦାସ ଖବରପାଇ ମୁନିଙ୍କ ପାଖରେ ପହଞ୍ଚତ୍ବା ସହ କର୍ତ୍ତୃପକ୍ଷଙ୍କ କାନରେ କଥା ପକାଇଥିଲେ। ପରେ ୩ ଛୁଆଙ୍କୁ ଜିଲା ଶିଶୁ ମଙ୍ଗଳ କମିଟି (ସିଡବ୍ଲ୍ୟୁସି)କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ମୁନି ବେସାହାରା ଭାବେ ମେଡିକାଲ ବାରଣ୍ଡାରେ ପଡ଼ିଛନ୍ତି। ତାଙ୍କୁ ଅଭାବଗ୍ରସ୍ତ ରୋଗୀ ଭାବେ ଚିହ୍ନଟ କରାଯାଇ ସରକାରୀ ସ୍ତରରେ ମିଳୁଥିବା ସମସ୍ତ ସହାୟତା ପ୍ରଦାନ କରାଯାଉ ବୋଲି ଦାବି ହୋଇଛି।
ସୂଚନାଥାଉ କି, କେନ୍ଦୁଝର ବରପଦା ଅଞ୍ଚଳର ମୁନି ବିହାର ରାଜ୍ୟ କିଷାନଗଞ୍ଜ ଅଞ୍ଚଳର ଗୁଣ ଖାତୁନଙ୍କୁ ପ୍ରେମ ବିବାହ କରିଥିଲେ। ମୁନିଙ୍କର ତିନୋଟି ଛୋଟ ପିଲା ଅଛନ୍ତି। ସେମାନଙ୍କ ମଧ୍ୟରେ ୨ ଝିଅ ଓ ଜଣେ ପୁଅ। କିଛିମାସ ତଳେ ପାରିବାରିକ କଳହ ଯୋଗୁ ମୁନିଙ୍କୁ ଗୁଣ ଘରୁ ବାହାର କରିଦେଇଥିଲେ। ଅର୍ଥ ଅଭାବରୁ ସବୁବେଳେ ଗଣ୍ଡଗୋଳ ହେଉଥିଲା ବୋଲି ମୁନି କହିଛନ୍ତି। ଏପରି କି ସ୍ବାମୀ ଗୁଣ ପିଲାମାନଙ୍କୁ ବିକିବା ପାଇଁ ଚେଷ୍ଟା କରୁଥିଲେ ବୋଲି ସେ ଅଭିଯୋଗ ଉଠାଇଛନ୍ତି। ତିନି ପିଲାଙ୍କୁ ଧରି ଓଡ଼ିଶା ଆସି କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ମୁନି ଘରଭଡ଼ା ନେଇ ରହୁଥିଲେ। କିଛିଦିନ ତଳେ ତାଙ୍କ ଦେହ ଅସୁସ୍ଥ ହୋଇଥିଲା। ସେ ପରୀକ୍ଷା କରିବାରୁ ଜାଣିବାକୁ ପାଇଥିଲେ ଯେ ତାଙ୍କୁ କ୍ୟାନସର ହୋଇଛି। ତିନିଦିନ ହେବ ସେ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ନିଜେ ରୋଗାଗ୍ରସ୍ତ ହୋଇ ଅସହ୍ୟ ଯନ୍ତ୍ରଣା ସହୁଥିବା ବେଳେ ୩ ପିଲାଙ୍କ ଦେଖାଶୁଣା କରିବା ତାଙ୍କ ପକ୍ଷେ ଅସମ୍ଭବ ହୋଇପଡ଼ିଛି। ମୁନି ନିଜ ପିଲାମାନଙ୍କୁ ନେଇ ପାଖରେ ରଖିବା ପାଇଁ କେତେଜଣ ରୋଗୀ ସମ୍ପର୍କୀୟଙ୍କ ଗୋଡ଼ ଧରୁଥିବା ଭଳି କରୁଣ ଚିତ୍ର ଦେଖିବାକୁ ମିଳିଥିଲା। ଅଭିମନ୍ୟୁ ମୁନିଙ୍କୁ ଭେଟିବା ପରେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଥିଲେ। ପରେ ଜିଲା ଶିଶୁ ମଙ୍ଗଳ କମିଟି କର୍ମକର୍ତ୍ତାଙ୍କୁ ଡକା ଯାଇଥିଲା। ଚୌଦ୍ୱାରସ୍ଥିତ ଏକ ଆଶ୍ରମରେ ମୁନିଙ୍କର ୩ ପିଲାଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri