ପିଲା ପାଠ ପଢ଼ୁ ନାହିଁ କି ତା’ହେଲେ ଆପଣାନ୍ତୁ ଏହି ଉପାୟ

ସବୁ ଅଭିଭାବକ ମାନଙ୍କର ସ୍ବପ୍ନ ଥାଏ ଯେ ସେମାନଙ୍କର ପିଲା ପାଠ ପଢ଼ି ଭଲ ମଣିଷ ହେବ। ହେଲେ ଆଜିକାଲି ଅଧିକରୁ ଅଧିକ ପିଲା ପାଠପଢ଼ାରେ କମ ଡିଜିଟାଲ ଦୁନିଆରେ ଅଧିକ ମନ ଲଗାଉଛନ୍ତି। ତେଣୁ ଅଭିଭାବକ ମାନଙ୍କର ଚିନ୍ତା ବଢିଯାଉଛି।କିଛି ପିଲାଙ୍କ ମନରେ ପାଠ ପଢିବାକୁ ନେଇ ଡର ବା ଫୋବିଆ ଥାଏ। ତାକୁ ରିଡିଂ ଫୋବିଆ ବୋଲି କୁହାଯାଏ। ସାଇକୋଲୋଜିଷ୍ଟମାନଙ୍କ ମତରେ ଏହାର କାରଣ ହେଲା ପିଲା ଯେକୌଣସି ବିଷୟରେ ଦୁର୍ବଳ ରହିବା। ଅଭିଭାବକ ଭାବେ ଆପଣଙ୍କୁ ସେ ବିଷୟ କ’ଣ ତାହା ଚିହ୍ନଟ କରିବାକୁ ପଡ଼ିବ। ସେ ବିଷୟ ପ୍ରତି ଅଧିକ ଗୁରୁତ୍ୱ ମଧ୍ୟ ଦେବାକୁ ପଡ଼ିବ। ଆବଶ୍ୟକ ହେଲେ ଆପଣ ତାର ଶିକ୍ଷକ ବା ଶିକ୍ଷୟତ୍ରୀଙ୍କ ସହାୟତା ନେଇପାରିବେ। ଏହା ଜାଣିବା ପରେ ତାକୁ ଖେଳ ମାଧ୍ୟମରେ ସେହି ପାଠ ପଢ଼ିବାକୁ ପ୍ରୋତ୍ସାହିତ କରିପାରିବେ।
*ଚାପ ପକାନ୍ତୁ ନାହିଁ: ପିଲା ଉପରେ କେବେହେଲେ ପାଠ ପଢ଼ିବାକୁ ଚାପ ପକାନ୍ତୁନାହିଁ। ବରଂ ସମୟ ସୁବିଧା ଦେଖି ପାଠ ପଢ଼ିବାର ମହତ୍ତ୍ୱ କଥା ବୁଝାନ୍ତୁ। ତାକୁ ପଢ଼ିବାକୁ ପ୍ରେରିତ କରନ୍ତୁ, ଯେପରିକି ସେ ନିଜେ ବହି ପାଖରେ ବସିବ। ଏଥିପାଇଁ ଆପଣ ଗପବହି, କାର୍ଟୁନ ସିରିଜ୍‌ର ବି ସାହାଯ୍ୟ ନେଇପାରିବେ।
*ପିଲାର ମାନସିକତାକୁ ବୁଝନ୍ତୁ: ପିଲାର ମାନସିକତା ବୁଝିଲେ ଯାଇ ଆପଣ ଏ କ୍ଷେତ୍ରରେ କିଛିଟା ସୁଫଳ ପାଇପାରିବେ। ଯେପରିକି ପିଲାଟି କ’ଣ ପାଇଁ ପଢ଼ିବାକୁ ଚାହୁଁନାହିଁ, ଦିନର କେଉଁ ସମୟରେ ସେ ପଢ଼ିବାକୁ ଆଗ୍ରହ ଦେଖାଉଛି ଇତ୍ୟାଦି। ସେ ହିସାବରେ ତାକୁ ପଢ଼ିବା ପାଇଁ ସହଯୋଗ କରନ୍ତୁ।
*ରୁଟିନ କରନ୍ତୁ: ସବୁବେଳେ ପିଲାକୁ ପାଠପଢ଼ ବୋଲି କୁହନ୍ତୁ ନାହିଁ। ତା’ ବଦଳରେ କିଛି ନିର୍ଦ୍ଧିଷ୍ଟ ସମୟରେ ପଢ଼ିବା ଉପରେ ଗୁରୁତ୍ୱ ଦିଅନ୍ତୁ। ଦିନରେ ୩-୪ ଘଣ୍ଟା ଜବରଦସ୍ତ ବହି ପାଖରେ ବସିବା ବଦଳରେ ଅଧ ଘଣ୍ଟା ବି ମନଦେଇ ପଢ଼ିଲେ ବି ସେ ସବୁକିଛି ମନେ ରଖିପାରିବ। ଅଭିଭାବକ ହିସାବରେ ପ୍ରତିଦିନ କାର୍ଟୁନ ଦେଖିବା, ବାହାର ଯାଇ ଖେଳିବା ଭଳି ପାଠପଢ଼ିବା ବି ଜରୁରୀ ବୋଲି ବୁଝାନ୍ତୁ। ଆବଶ୍ୟକସ୍ଥଳେ ତାର ରୁଟିନ କରି ଦିଅନ୍ତୁ। ଏପରିସ୍ଥଳେ ସେ ଆଉ ପଢ଼ିବାକୁ ବିରକ୍ତ ହେବନାହିଁ।
* ଲେଖିବା ଅଭ୍ୟାସ କରାନ୍ତୁ: ପାଠ ପଢି ମନେ ରଖିବାକୁ କଷ୍ଟ ହେଉଥିଲେ ପିଲାକୁ ବାରମ୍ବାର ଲେଖାଇ ତାକୁ ମନେ ରଖିବାକୁ ଅଭ୍ୟାସ କରାନ୍ତୁ। କାରଣ ୧୦ ଥର ପଢ଼ିବା ଅପେକ୍ଷା ଥରେ ଲେଖିଲେ ଅଧିକ ସୁଫଳ ମିଳେ।
*ପାଠ ପଢ଼ିବାର ବାତାବରଣ ବି ଜରୁରୀ:ପିଲାକୁ ଖାଲି ପାଠ ପଢ଼ିବାକୁ କହିଦେଲେ ହେବନାହିଁ। ତାର ପଢ଼ିବା ପାଇଁ ଉପଯୁକ୍ତ ବାତାବରଣ ବି ଜରୁରୀ। ଏପରି ବହୁତ ଅଭିଭାବକ ଥାଆନ୍ତି ଯେଉଁମାନେ ପିଲାକୁ ପାଠ ପଢ଼ିବାକୁ କହି ନିଜେ ଘରେ ବସି ଟିଭି ଦେଖୁଥାନ୍ତି ଏବଂ ବଡ଼ ପାଟିରେ କଥା କୁହନ୍ତି। ଏହି ଅଭ୍ୟାସ ପିଲାକୁ ନକରାତ୍ମକ ବାତାବରଣ ଦିଏ। ତା’ ବଦଳରେ ଘରର ସବୁଠାରୁ ଶାନ୍ତିପୂର୍ଣ୍ଣ କୋଠରୀରେ ପିଲାର ପଢ଼ିବା ପାଇଁ ବ୍ୟବସ୍ଥା କରନ୍ତୁ। ପାଠ ପଢ଼ିବା ସମୟରେ ପିଲାର ଏକାଗ୍ରତା ଯେପରି ଭଙ୍ଗ ନ ହେବ ସେଥିପ୍ରତି ଦୃଷ୍ଟି ଦିଅନ୍ତୁ। ଅନ୍ୟ କୌଣସି ପିଲା ସହ ପିଲାକୁ ତୁଳନା କରିବା ଅନୁଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?