ପିଲା ବେଳର ଫଟୋ ଶେୟାର କରି ରିଷିଙ୍କୁ ମନେପକାଇଲେ ସୁର ସାମ୍ରାଜ୍ଞୀ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିକୁ ଲଗାତର ଦ୍ୱିତୀୟ ଦିନରେ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଅଭିନେତା ଇର୍ଫାନ ଖାଁଙ୍କ ବିୟୋଗର ଦୁଃଖ ମନରୁ ଲିଭି ନ ଥିବା ବେଳେ ଗୁରୁବାର ବର୍ଷୀୟାନ ଅଭିନେତା ରିଷି କପୁର ସମସ୍ତଙ୍କଠାରୁ ବିଦାୟ ନେଇଛନ୍ତି। ଗୁରୁବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମୃତ୍ୟୁ ଖବର ପାଇ ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି।

ଇତିମଧ୍ୟରେ କୋକିଳ କଣ୍ଠ ତଥା ସୁର ସମ୍ରାଜ୍ଞୀ ଲତା ମଙ୍ଗେସକର ମଧ୍ୟ ରିଷିଙ୍କ ନିଧନରେ ଭାବୁକ ହୋଇପଡ଼ିଛନ୍ତି। ସୋସିଆଲ ମିଡିଆରେ ଲତା ରିଷିଙ୍କ ପିଲା ବେଳର ଏକ ଫଟୋ ଶେୟାର କରି ତାଙ୍କୁ ମନେପକାଇଛନ୍ତି। ଯେତେବେଳେ ରିଷି ୬ ମାସର ହୋଇଥିଲେ ସେତେବେଳେ ଲତା ରିଷିଙ୍କୁ ନିଜ କୋଳରେ ଧରିଥିବା ଏହି ଫଟୋରେ ଦେଖିବାକୁ ମିଳିଛି। ଏଥିସହ ସେ ଟୁଇଟରର ଏକ କ୍ୟାପଶନ୍‌ରେ ଲେଖିଛନ୍ତି, ନିକଟରେ ରିଷି ମୋତେ ତାଙ୍କର ଓ ମୋର ଏହି ଫଟୋ ପଠାଇଥିଲେ। ତାଙ୍କର ସେହି ସବୁ କଥା ଏବେ ମନେ ପଡ଼ୁଛି। ତାଙ୍କର ମୃତ୍ୟୁରେ ମୁଁ ମ୍ରିୟମାଣ ହେବା ସହ ଶବ୍ଦହୀନ ହୋଇପଡ଼ିଛି। ତାଙ୍କ ମୃତ୍ୟୁ ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ଅପୂରଣୀୟ କ୍ଷତି। ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ବୋଲି ଲତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri