ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ କରି ନୈତିକତା ଦୃଷ୍ଟିରୁ ପିସିସି ସଭାପତି ପଦରୁ ସେ ଇସ୍ତଫା ଦେଇଥିବା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ନିଜର ଇସ୍ତଫାପତ୍ର ସେ ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି। ଏହାଛଡ଼ା ରାଜ୍ୟରେ ପ୍ରତିକୂଳ ପରିସ୍ଥିତିରେ ଦଳକୁ ବିଜୟ ଆଣିଦେଇଥିବା କଂଗ୍ରେସର ବିଜୟୀ ପ୍ରାର୍ଥୀଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟରେ ବିଜେଡି ଓ କେନ୍ଦ୍ରରେ ଭାଜପା ସରକାର ଗଢ଼ିବା ପ୍ରସଙ୍ଗରେ ସେ କହିଛନ୍ତି, ସାରା ଦେଶରେ ମୋଦି ବାତ୍ୟା ପ୍ରବାହିତ ହେଲା, ଆମେ ଟଳି ପଡ଼ିଲୁ। ରାଜ୍ୟରେ ନବୀନ, ଦେଶରେ ମୋଦିଙ୍କୁ ଲୋକ ଭରସା କଲେ। ଆମ ଉପରେ ଲୋକଙ୍କ ବିଶ୍ୱାସ ନ ରହିବାରୁ ହାରିଲୁ ବୋଲି ସେ କହିଛନ୍ତି।

ଚଳିତ ଥର କଂଗ୍ରେସ ୮୦ରୁ ଊର୍ଦ୍ଧ୍ୱ ନୂଆ ମୁହଁଙ୍କୁ ସୁଯୋଗ ଦେଇଥିଲା। ବିଶେଷକରି ଯୁବକମାନଙ୍କୁ ଗୁରୁତ୍ୱ ଦିଆଯାଇଥିଲା। ଆଗାମୀ ଦିନରେ ଯୁବପିଢ଼ି ହିଁ କଂଗ୍ରେସକୁ ଆଗକୁ ନେଇ ପାରିବେ। ରାଜନୀତିରେ ମୁଁ କଂଗ୍ରେସରେ ଅଛି ଓ ରହିବି। ଯିଏ ବି ଦଳର ଦାୟିତ୍ୱ ନେବ ତାଙ୍କୁ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିବେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ ନିରଞ୍ଜନ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। କେନ୍ଦୁଝର ଜିଲାର ଘସିପୁରା ଓ ଭଦ୍ରକ ଜିଲାର ଭଣ୍ଡାରୀପୋଖରୀ ବିଧାନସଭା ଲାଗି ସେ ପ୍ରତିନ୍ଦ୍ୱନ୍ଦିତା କରିଥିଲେ। ମାତ୍ର ଉଭୟ ଆସନରେ ତାଙ୍କୁ ପରାଜୟର ମୁହଁ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri