ପିସିସି ସଭାପତି ପଦରେ ରହିବାକୁ ଚାହୁଁନାହିଁ, ମୋତେ ମୁକ୍ତି ଦେଇ ପଦବୀ କିଏ ନେବ କୁହନ୍ତୁ: ନିରଞ୍ଜନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ହଟାଇବା ଲାଗି କଂଗ୍ରେସ ନେତାଙ୍କ ମେଳି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି, ଯେଉଁମାନେ ପିସିସି ସଭାପତି ହେବାକୁ ଚାହୁଁଛନ୍ତି ସେମାନେ ମୋତେ କୁହନ୍ତୁ। ମୁଁ ସେମାନଙ୍କ ନାମ ଏଆଇସିସିକୁ ସୁପାରିଶ କରିବି। ଅଯଥାରେ ଏପରି ମେଳି କରି କଂଗ୍ରେସକୁ ଆଉ ତଳୁତଳାନ୍ତ କରନ୍ତୁ ନାହିଁ। କଂଗ୍ରେସରେ ଏମିତି ମେଳି, ଚକ୍ରାନ୍ତ ନୂଆ କଥା ନୁହେଁ। କଂଗ୍ରେସ ନେତାଙ୍କ ଏହା ପୁରୁଣା ରୋଗ। ଯେଉଁମାନେ ପିସିସି ପଦବୀ କି ଟିକେଟ ପାଇ ନ ଥିଲେ ସେମାନେ ଏପରି କରୁଛନ୍ତି। ମୋତେ ସଭାପତି ପଦରୁ ବାହାର କରିବା ଲାଗି ବୈଠକ କରିବା ଦରକାର ନାହିଁ। ମୁଁ ଉକ୍ତ ପଦବୀରେ ରହିବାକୁ ଚାହୁଁନାହିଁ। ମୋତେ ମୁକ୍ତି ଦେଇ ପଦବୀ କିଏ ନେବ କୁହନ୍ତୁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଗତ ୨ ଉପନିର୍ବାଚନରେ ଦଳର ଶୋଚନୀୟ ପରାଜୟକୁ ନେଇ କଂଗ୍ରେସ ବିରୋଧୀ ଦଳ ମାନ୍ୟତା ହରାଇଛି। ଏପରିସ୍ଥଳେ ପିସିସିରେ ନବକଳେବର ହେବା ଜରୁରୀ। ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଦାୟିତ୍ୱ ଦେବା ନେଇ ବୁଧବାର ସକାଳେ ପାନ୍ଥନିବାସରେ କଂଗ୍ରେସ ନେତା ମେଳି ବାନ୍ଧିଥିଲେ। ଆସନ୍ତା ସପ୍ତାହରେ ଏକ ଟିମ୍‌ ଦିଲ୍ଲୀ ଯାଇ ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ଦାବି ଜଣାଇବ ବୋଲି ଚର୍ଚ୍ଚା ହେଉଥିବା ବେଳେ ମହମ୍ମଦ ମୋକିମ୍‌ ଏହି ସଭା ବିଷୟରେ କିଛି ଜାଣି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri