ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ ଏବେ ପୁଅ ସେବାରେ ଲାଗିପଡ଼ିଛନ୍ତି। ପୁଅ ଜନ୍ମ ହେବା ପରେ ବିକିଙ୍କୁ ପ୍ରଥମ ଥର ପାଇଁ ମୁମ୍ବାଇ ବାହାରେ ଦେଖାଯାଇଥିଲା। ସେ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମ ସମୟରେ ସେ ହସି ହସି କହିଥିଲେ, ମୁଁ ଅଭିନୟ ଅପେକ୍ଷା ଡାଏପର ବଦଳାଇବାରେ ଅଧିକ ପାରଙ୍ଗମ। ମୁଁ କେବଳ ଏତିକି କହିବାକୁ ଚାହୁଁଛି। ପୁଅ ହେବା ପରେ ଦାୟିତ୍ୱ ବଢିଯାଇଛି। ତାକୁ ଛାଡି କୁଆଡେ ଯିବା ବେଶ୍‌ କଷ୍ଟକର। କିନ୍ତୁ ଯେଉଁ ଦିନ, ସେ ଏହା ଦେଖିବ, ସେ ତାଙ୍କ ବାପାଙ୍କ ପାଇଁ ଗର୍ବ କରିବ। ବାପା ହେବାର ଅର୍ଥ କ’ଣ ତାହା ମୁଁ ଶବ୍ଦରେ ପ୍ରକାଶ କରିପାରିବି ନାହିଁ।
ଦିଲ୍ଲୀରେ ଅନୁଷ୍ଠିତ NDTV ଇଣ୍ଡିଆନ ଅଫ ଦି ଇୟର ୨୦୨୫ ସମାରୋହରେ ବିକିଙ୍କୁ ବର୍ଷର ଶ୍ରେଷ୍ଠ ଅଭିନେତା ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ‘ଛାଭା’ ଚଳଚ୍ଚିତ୍ରରେ ଛତ୍ରପତି ସମ୍ଭାଜୀ ମହାରାଜଙ୍କ ଭୂମିକା ପାଇଁ ସେ ଏହି ପୁରସ୍କାର ପାଇଥିଲେ।
ଡିସେମ୍ବର ୨୦୨୧ରେ ରାଜସ୍ଥାନର ସିକ୍ସ ସେନ୍ସ ଫୋର୍ଟ ବାରୱାରାରେ ବିକି ଏବଂ କ୍ୟାଟ୍ରିନାଙ୍କର ଗ୍ରାଣ୍ଡ ବିବାହ ହୋଇଥିଲା। ସେମାନେ ବିବାହ ବନ୍ଧନ ପର୍ଯ୍ୟନ୍ତ ସେମାନଙ୍କର ସମ୍ପର୍କକୁ ଗୁପ୍ତ ରଖିଥିଲେ। ଚାରି ବର୍ଷ ପରେ ଏହି ଦମ୍ପତି ମା’ବାପା ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri