ପୁଅର ଦରମା ପାଇଁ ମା’ ବାପାଙ୍କ ଆମରଣ ଅନଶନ

ଖୁଣ୍ଟା,୪ା୨(ଡ଼ି.ଏନ୍‌.ଏ.)-ପୁଅର ଦରମା ଟଙ୍କା ମଞ୍ଜୁର ପାଇଁ ମା’ବାପାଙ୍କୁ ଆମରଣ ଅନଶନରେ ବସିବାକୁ ପଡ଼ିଛି । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଉକ୍ତ ସ୍ବାସ୍ଥ୍ୟ କେନ୍ଦ୍ରରେ ସହକାରୀ ଡାକ୍ତର ରୂପେ କାର୍ଯ୍ୟରତ ସଂକଳ୍ପ କୁମାର ପରିଡାଙ୍କ ଦରମା ଟଙ୍କା ଜାଣିଶୁଣି ଆକ୍ରୋଶ ମୂଳକ ଭାବେ ଅଟକାଇ ରଖାଯାଇଛି ବୋଲି ସଂକଳ୍ପଙ୍କ ମା’ ଜ୍ୟୋସ୍ନାମୟୀ ବେହେରା ଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିବା ସହିତ ସୋମବାର ଅପରାହ୍ନ ୧ଟା ୩୦ମିଠାରୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଆମରଣ ଅନଶନରେ ବସିଥିଲେ। ଏଥିରେ ସଂକଳ୍ପଙ୍କ ବାପା ଡା. ବିନୋଦ ଚନ୍ଦ୍ର ପରିଡ଼ା ମଧ୍ୟ ସାମିଲ ହୋଇଥିଲେ। ଅନ୍ୟପକ୍ଷେ ଉକ୍ତ ଘଟଣାକୁ ମେଡିକାଲ ଅଫିସର ଦାସମାତ ମାର୍ଣ୍ଡି ଖଣ୍ଡନ କରିବା ସହିତ ଡା. ସଂକଳ୍ପଙ୍କ ବିରୋଧରେ ଖୁଣ୍ଟା ଥାନାରେ ପାଲଟା ଅଭିଯୋଗ କରିଛନ୍ତି। ଗତ ୧ ତାରିଖ ଦିନ ଡାକ୍ତର ସଂକଳ୍ପ ସ୍ବାସ୍ଥ୍ୟ କେନ୍ଦ୍ରରେ ଫାଇଲପତ୍ର ଫିଙ୍ଗା ଫିଙ୍ଗି କରିବା ସହିତ ଜାତିଆଣ ନେଇ ବିଭିନ୍ନ ପ୍ରକାର ଗାଳିଗୁଲଜ କରିଥିଲେ ବୋଲି ଉକ୍ତ ଅଭିଯୋଗରେ ଦର୍ଶାଇଛନ୍ତି। ତେବେ ଆସନ୍ତାକାଲି ସୁଦ୍ଧା ଦରମା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଅନଶନ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri