ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର ପୈତୃକ ଘରକୁ ଭାଙ୍ଗିରୁଜି ନଷ୍ଟ କରିଥିବା ଅଭିଯୋଗ ହୋଇଛି। କେବଳ ଘରକୁ ଭାଙ୍ଗିନାହିଁ ବାପାଙ୍କୁ ପାଣି ନଦେବା ଲକ୍ଷ୍ୟରେ ନଳକୂପକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ପରେ ଖଇରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୁଅ ବିଦ୍ୟାଧର ଗିରି ଏବଂ ସହଯୋଗୀ ଆନନ୍ଦ ଗିରି ଓ ସତ୍ୟଜିତ ଗିରିଙ୍କୁ ଉଠାଇ ନେଇଛି। ବାପା ପ୍ରହଲ୍ଲାଦ ଗିରି(୭୫)ର ଏକମାତ୍ର ପୁଅ ବିଦ୍ୟାଧର ଓ ଗୋଟିଏ ଝିଅ(ବିବାହିତ) ଥିବାବେଳେ ପୁଅ ବାପାଙ୍କୁ ଖାଇବା ପିଇବା ନ ଦେବାରୁ ଝିଅ ପ୍ରମିଳା ଜେନା ବାପାଙ୍କ ପାଖରେ ରହି ରୋଷେଇ କରି ଖାଇବାକୁ ଦେଉଥିଲେ। ବାପା କାଳେ ସମ୍ପତ୍ତିକୁ ଝିଅ ନାଁରେ କରିଦେବେ ସେହି ସନ୍ଦେହରେ ବାପା ଉପରେ ଅନେକ ସମୟରେ ଅତ୍ୟାଚାର କରୁଥିଲେ ପୁଅ। ବାପା ୨ଦିନ ତଳେ ଏ ସମ୍ପର୍କରେ ଖଇରା ଥାନାରେ ଅଭିଯୋଗ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ବିଦ୍ୟାଧର ମଙ୍ଗଳବାର ସକାଳେ ନିଜ କିଛି ସମ୍ପର୍କିୟ ଭାଇଙ୍କୁ ଧରି ଏଭଳି ଅମାନବିୟ କାଣ୍ଡ ଘଟାଇଥିବା ଜଣାପଡିଛି।

 

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri