ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା

ଚୌଦ୍ୱାର,୨୦।୫(ଡି.ଏନ.ଏ.): ମୃତ୍ୟୁ କେତେବେଳେ କେମିତି ଆସେ ତାହା କେହି ଜାଣିପାରନ୍ତି ନାହିଁ। ବର୍ତ୍ତମାନ ରାତିପାହିଲେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବା ଖବର ଶୁଣିବାକୁ ମିଳୁଛି। କେଉଁଠି ମାଆବାପା ଆଗରେ ପୁଅ ଚାଲିଯାଉଛି ତ ଆଉ କେଉଁଠି ପିଲାଙ୍କ ଆଗରେ ମାଆବାପାଙ୍କ ଜୀବନ ଯାଉଛି। ଏପରି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ନପଙ୍ଗ ପଞ୍ଚାୟତ ଅଧୀନ ସାଇଁଟୋ ଗ୍ରାମରେ। ପୁଅର ମୃତ୍ୟୁ ଖବର ଶୁଣିବା ପରେ ମା’ର ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ୭ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ସାଇଁଟୋ ଗ୍ରାମର କିଣୁ ଚରଣ ବେହେରାଙ୍କ ପୁଅ ଦୟାନିଧି (୪୨) କଟକ ଖାନନଗରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଖବର ଶୁଣି ତାଙ୍କ ପରିବାରରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଖବର ପାଇବା ପରେ ନିଜକୁ ସମ୍ଭାଳି ପାରି ନ ଥିଲେ ଦୟାନିଧିଙ୍କ ମା’ ଶାନ୍ତିଲତା(୬୨)। ପୁଅର ମୃତ୍ୟୁ ଖବର ତାଙ୍କୁ ଶକ୍ତ ଧକ୍କା ଦେଇଥିଲା। ପୁଅ କଥା ଭାବିଭାବି ରାତିସାରା କାନ୍ଦିବା ପରେ ଶେଷରେ ବୁଧବାର ସକାଳ ୮ଟାରେ ହୃଦ୍‌ଘାତରେ ଶାନ୍ତିଲତାଙ୍କ ମୃତ୍ୟୁ ଘଟିଥିବା କିଣୁ ଚରଣ କହିଛନ୍ତି। କଟକ ସତୀଚଉରା ଶ୍ମଶାନରେ ମଙ୍ଗଳବାର ଦୟାନିଧିଙ୍କ ମୃତଦେହ ସତ୍କାର କରାଯାଇଥିବାବେଳେ ଶାନ୍ତିଲତାଙ୍କ ମୃତଦେହ ସାହିଭାଇ ଓ ପରିବାର ଲୋକେ ଗଁା ମଶାଣିରେ ପୋତିଥିଲେ।
ଦୟାନିଧିଙ୍କ ଦୁଇଟି ଝିଅ ଓ ଗୋଟିଏ ପୁଅ ଅଛନ୍ତି। ବଡ ଝିଅଟି ୧୦ବର୍ଷର, ଅନ୍ୟ ଜଣେ ୮ବର୍ଷର ଓ ପୁଅକୁ ୩ ବର୍ଷ। ଦୟାନିଧି ମୂଲଲାଗି ପରିବାର ଚଳାଉଥିଲେ। ଏବେ ତାଙ୍କ ମୃତ୍ୟୁ ପରେ ୩ଟି ପିଲାଙ୍କୁ କେମିତି ମଣିଷ କରିବେ ବୋଲି ତାଙ୍କ ସ୍ତ୍ରୀ ସରୋଜିନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri