ବାଲେଶ୍ୱର ଅଫିସ, ୧୬।୩-ଚିକିତ୍ସା ଅବହେଳାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ସମ୍ପର୍କୀୟମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ନିକଟରେ ଅଭିଯୋଗ କରିଥିଲେ। ସଦର ବିଧାୟକ ମଦନମୋହନ ଦତ୍ତ ପହଞ୍ଚତ୍ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଛୋଟରାୟଙ୍କୁ ଭେଟି ଘଟଣା ସମ୍ପର୍କରେ ପଚାରିଥିଲେ ମଧ୍ୟ ସନ୍ତୋଷଜନକ ଉତ୍ତର ନ ପାଇବାରୁ ସେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଅନ୍ୟପକ୍ଷରେ ଡାକ୍ତରଖାନାରେ ପୁଅର ମୃତ୍ୟୁ ହୋଇଥିବା ଖବର ଶୁଣି ତାଙ୍କ ମା’ଙ୍କର ମଧ୍ୟ ହୃଦ୍ଘାତରେ ପରଲୋକ ହୋଇଯାଇଛି।
ସହର ନିଟକସ୍ଥ ନୂଆପୁର ଅଞ୍ଚଳର ଶ୍ରୀକାନ୍ତ ଲେଙ୍କାଙ୍କ ଦେହ ଖରାପ ହେବାରୁ ଶନିବାର ରାତିରେ ତାଙ୍କୁ ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଡାକ୍ତରଙ୍କ ପରାମର୍ଶରେ ଉପସ୍ଥିତ ନର୍ସ ତାଙ୍କୁ ଚିକିତ୍ସା କରିଥିଲେ। ରବିବାର ଶ୍ରୀକାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାର ଓ ଗ୍ରାମବାସୀ ନର୍ସ ଭୁଲ୍ ଇଞ୍ଜେକଶନ ଦେଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିବାର ଅଭିଯୋଗ କରି ମୃତଦେହକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଫିସ୍ ସମ୍ମୁଖରେ ଧାରଣା ଦେଇଥିଲେ। ଶ୍ରୀକାନ୍ତଙ୍କ ମୃତ୍ୟୁ ହୋଇଥିବା ଖବର ଶୁଣି ତାଙ୍କ ମା’ ମଧ୍ୟ ହୃଦ୍ଘାତରେ ମୃତ୍ୟୁବରଣ କରିଥିଲେ। ଏବେ ତାଙ୍କ ପରିବାରରେ କେବଳ ମୃତ ଶ୍ରୀକାନ୍ତଙ୍କ ଦିବ୍ୟାଙ୍ଗ ନାବାଳକ ପୁଅ ଅଛନ୍ତି। ସେ କିପରି ଉଭୟ ବାପା ଓ ଜେଜେମା’ଙ୍କ ଶୁଦ୍ଧିକ୍ରିୟା ସମ୍ପନ୍ନ କରିବେ ସେନେଇ ଗ୍ରାମବାସୀ ବ୍ୟସ୍ତ ହୋଇପଡିଥିଲେ। ସଦର ବିଧାୟକ ଦତ୍ତ ସମସ୍ତ ଘଟଣା ଜାଣିବା ପରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସହ ଯୋଗାଯୋଗ କରି ମୃତକ ପରିବାରଙ୍କୁ ରେଡ଼କ୍ରସ୍ରୁ ୧୦ହଜାର ଟଙ୍କା ସହାୟତା ଦେବା ପରେ ଗ୍ରାମବାସୀ ଗାଁକୁ ଫେରି ଗାଁ ଶ୍ମଶାନରେ ଦୁଇଜଣଙ୍କ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ କରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
Archives


