ବାଲେଶ୍ୱର ଅଫିସ, ୧୬।୩-ଚିକିତ୍ସା ଅବହେଳାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ସମ୍ପର୍କୀୟମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ନିକଟରେ ଅଭିଯୋଗ କରିଥିଲେ। ସଦର ବିଧାୟକ ମଦନମୋହନ ଦତ୍ତ ପହଞ୍ଚତ୍ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଛୋଟରାୟଙ୍କୁ ଭେଟି ଘଟଣା ସମ୍ପର୍କରେ ପଚାରିଥିଲେ ମଧ୍ୟ ସନ୍ତୋଷଜନକ ଉତ୍ତର ନ ପାଇବାରୁ ସେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଅନ୍ୟପକ୍ଷରେ ଡାକ୍ତରଖାନାରେ ପୁଅର ମୃତ୍ୟୁ ହୋଇଥିବା ଖବର ଶୁଣି ତାଙ୍କ ମା’ଙ୍କର ମଧ୍ୟ ହୃଦ୍ଘାତରେ ପରଲୋକ ହୋଇଯାଇଛି।
ସହର ନିଟକସ୍ଥ ନୂଆପୁର ଅଞ୍ଚଳର ଶ୍ରୀକାନ୍ତ ଲେଙ୍କାଙ୍କ ଦେହ ଖରାପ ହେବାରୁ ଶନିବାର ରାତିରେ ତାଙ୍କୁ ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଡାକ୍ତରଙ୍କ ପରାମର୍ଶରେ ଉପସ୍ଥିତ ନର୍ସ ତାଙ୍କୁ ଚିକିତ୍ସା କରିଥିଲେ। ରବିବାର ଶ୍ରୀକାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାର ଓ ଗ୍ରାମବାସୀ ନର୍ସ ଭୁଲ୍ ଇଞ୍ଜେକଶନ ଦେଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିବାର ଅଭିଯୋଗ କରି ମୃତଦେହକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଫିସ୍ ସମ୍ମୁଖରେ ଧାରଣା ଦେଇଥିଲେ। ଶ୍ରୀକାନ୍ତଙ୍କ ମୃତ୍ୟୁ ହୋଇଥିବା ଖବର ଶୁଣି ତାଙ୍କ ମା’ ମଧ୍ୟ ହୃଦ୍ଘାତରେ ମୃତ୍ୟୁବରଣ କରିଥିଲେ। ଏବେ ତାଙ୍କ ପରିବାରରେ କେବଳ ମୃତ ଶ୍ରୀକାନ୍ତଙ୍କ ଦିବ୍ୟାଙ୍ଗ ନାବାଳକ ପୁଅ ଅଛନ୍ତି। ସେ କିପରି ଉଭୟ ବାପା ଓ ଜେଜେମା’ଙ୍କ ଶୁଦ୍ଧିକ୍ରିୟା ସମ୍ପନ୍ନ କରିବେ ସେନେଇ ଗ୍ରାମବାସୀ ବ୍ୟସ୍ତ ହୋଇପଡିଥିଲେ। ସଦର ବିଧାୟକ ଦତ୍ତ ସମସ୍ତ ଘଟଣା ଜାଣିବା ପରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସହ ଯୋଗାଯୋଗ କରି ମୃତକ ପରିବାରଙ୍କୁ ରେଡ଼କ୍ରସ୍ରୁ ୧୦ହଜାର ଟଙ୍କା ସହାୟତା ଦେବା ପରେ ଗ୍ରାମବାସୀ ଗାଁକୁ ଫେରି ଗାଁ ଶ୍ମଶାନରେ ଦୁଇଜଣଙ୍କ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ କରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ
ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…
କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…
ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…
ବୋଲେରୋରେ ଚାଲାଣ ହେଉଥିଲା କଫ୍ ସିରପ୍: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…
ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍ ସିରପ୍ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍ ସିରପ୍…
ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ
ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…
ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ
ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…
ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…
ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ
ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…
ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ
ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍କ୍ରିପଶନରେ ନିଶା ବଟିକା ଏବଂ କଫ୍ ସିରପ୍ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

