Posted inଜାତୀୟ

ପୁଅ ପାଇଁ ନ୍ୟାୟ ଭିକ୍ଷା କରି ୩୫୦ କିଲୋମିଟର ଚାଲିଲେ ୮୧ ବର୍ଷୀୟ ପିତା

ଜୟପୁର,୨୩।୭: ରାଜସ୍ଥାନ ହନୁମାନଗଡ଼ ଜିଲାରେ ହୋଇଥିବା ହତ୍ୟାକାଣ୍ଡକୁ ନେଇ ମୃତକଙ୍କ ପିତା ନ୍ୟାୟ ଭିକ୍ଷା ପାଇଁ ବିଧାନସଭା ଘେରାଉ କରିଛନ୍ତି। ମୃତକ ହେଉଛନ୍ତି ରାମସ୍ବରୂପଙ୍କ ପୁଅ ପବନ ବ୍ୟାସ। ହନୁମାନଗଡ଼ରୁ ଜୟପୁର ବିଧାନସଭା ପର୍ଯ୍ୟନ୍ତ ପ୍ରାୟ ୩୫୦ କିଲୋମିଟର ଚାଲି ଚାଲି ଆସି ପିତା ରାମସ୍ବରୂପ ସୋମବାରରୁ ବିଧାନସଭା ସମ୍ମୁଖରେ ଧାରଣା ଦେଇଛନ୍ତି। ସୂଚନାଯୋଗ୍ୟ, ହନୁମାନଗଡ଼ ଜିଲା ନୋହର ତହସିଲର ଜସରା ଗଁାରେ ଅକ୍ଟୋବର୨୦୧୭ରେ ତାଙ୍କ ପୁଅ ପବନ ବ୍ୟାସଙ୍କୁ ଦିନଦ୍ୱିପହରେ ହତ୍ୟା କରାଯାଇଥିଲା। ଘଟଣା ପରେ ସ୍ଥାନୀୟ ପୋଲିସ ମାମଲା ରୁଜୁ କରିଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲେ। ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯିବା ପରେ ଚାପରେ ଆସି ସରକାର ଏହି ମାମଲାର ତଦନ୍ତ ପୋଲିସର ସ୍ପେଶିଆଲ ଅପରେଶନ୍‌ ଗ୍ରୁପକୁ ହସ୍ତାନ୍ତର କରିଛନ୍ତି। ଖୁବ୍‌ଶୀଘ୍ର ଦୋଷୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର କହିଛନ୍ତି। ଅପରପକ୍ଷରେ ଏହି ମାମଲାରେ ପୀଡ଼ିତ ପିତାଙ୍କୁ ନ୍ୟାୟ ମିଳିବ ବୋଲି ରାଜ୍ୟ ସରକାରଙ୍କ ମନ୍ତ୍ରୀ ଶାନ୍ତିଲାଲ ଧରିଓ୍ବାଲ ଅଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri