ପୁଅ ବାହାଘର ଶୋଭାଯାତ୍ରାରେ ବାପାର ଅକାଳ ମୃତ୍ୟୁ

ବାଲୁଗାଁ,୨୧ା୧(ଡ଼ି.ଏନ.ଏ.): ପୁଅ ବାହାଘର ଶୋଭାଯାତ୍ରା ବେଳେ ବାପାର ଅକାଳ ମୃତ୍ୟୁ ଭଳି ଏକ ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି । ମୃତକ ହେଲେ ସ୍ଥାନୀୟ ସରଳାପଦର ଗ୍ରାମର ବିଜୟ ସାହୁ (୫୫)।
ବିଜୟ ସାହୁଙ୍କ ପୁଅ ଅନିଲଙ୍କ ବାହାଘର ପୁରୀ ଜିଲା କାକଟପୁର ନୟାହାଟରେ ରବିବାର ସ୍ଥିର ହୋଇଥିଲା। ଅପରାହ୍ନରେ ବାଣ, ବାଜା, ରୋଶଣୀ ସହ ଗ୍ରାମରେ ଶୋଭାଯାତ୍ରା ପରିକ୍ରମା କରି ବରଯାତ୍ରୀ କାକଟପୁର ଅଭିମୁଖେ ବାହାରିଥିଲେ। ସେଠାରେ କନ୍ୟାଘର ବିବାହ ମଣ୍ଡପ ଅଭିମୁଖେ ବରଯାତ୍ରୀ ଶୋଭାଯାତ୍ରାରେ ଯାଉଥିବା ବେଳେ ସମସ୍ତେ ନାଚଗୀତରେ ମସ୍‌ଗୁଲ ଥିଲେ। ଏହି ସମୟରେ ହଠାତ୍‌ ଅନିଲଙ୍କ ପିତା ବିଜୟ ଅସୁସ୍ଥତା ଅନୁଭବ କରି ଚେତାଶୂନ୍ୟ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କର ଏପରି ଅବସ୍ଥା ଦେଖି ସଙ୍ଗେ ସଙ୍ଗେ ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ଚାରିଛକ ଡାକ୍ତରଖାନାକୁ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ବିଳମ୍ବିତ ରାତ୍ରୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବିଜୟଙ୍କର ଏପରି ଅକାଳ ମୃତ୍ୟୁ ଯୋଗୁ ବାହାଘର କାର୍ଯ୍ୟ ସମ୍ପୂର୍ଣ୍ଣ ଫିକା ପଡ଼ିଯାଇଥିଲା । ବିଜୟ ହୃଦ୍‌ ରୋଗରେ ଆକ୍ରାନ୍ତ ଥାଇ ଚିକିତ୍ସିତ ହେଉଥିଲେ। ଡ଼ିଜେ ବ୍ୟାଣ୍ଡପାର୍ଟିର ପ୍ରଚଣ୍ଡ ଶବ୍ଦକୁ ସହ୍ୟକରି ନ ପାରି ତାଙ୍କର ଦେହାନ୍ତ ଘଟିଥିବା କୁହାଯାଉଛି । ଏହି ଘଟଣା ନେଇ ପରିବାର, ବନ୍ଧୁ ପରିଜନ ଓ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ବିଜୟ ସାହୁ ବାଲୁଗଁ। ଅଞ୍ଚଳର ଜଣେ ପ୍ରତିଷ୍ଠିତ ହୋଟେଲ ବ୍ୟବସାୟୀ ଭାବେ ଖ୍ୟାତି ଲାଭ କରିଥିଲେ। ତାଙ୍କ ଦେହାନ୍ତରେ ସୋମବାର ବାଲୁଗଁ। ଅଞ୍ଚଳର ବହୁ ଛୋଟବଡ଼ ହୋଟେଲ ପ୍ରତିଷ୍ଠାନ ବନ୍ଦ ରଖିଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri