ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି। ସାନପୁଅ ପ୍ରଶାନ୍ତଙ୍କୁ ହତ୍ୟା କରାଯାଇଛି। ଏହାର ଠିକ୍‌ ଭାବେ ତଦନ୍ତ କରି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଏସ୍‌ପିଙ୍କ ଅନୁପସ୍ଥିତିରେ ଅତିରିକ୍ତ ଏସ୍‌ପି ପତିତପାବନ ଚୌଧୁରୀଙ୍କୁ ଭେଟି ଶୋଭା ଅନୁରୋଧ କରିଛନ୍ତି। ଶୋଭା କହିଛନ୍ତି ଯେ, ୨୦୧୮ ଡିସେମ୍ବର ୨୪ ତାରିଖରେ ସାନପୁଅ ପ୍ରଶାନ୍ତ ଅର୍ଜୁନପଲ୍ଲୀ ଗାଁରେ ସରକାରୀ ମହୁଲି ମଦ ବିକ୍ରି କରୁଥିବା ବେଳେ ତାଙ୍କୁ କେତେଜଣ ଲୋକ ମାଡମାରି ରକ୍ତାକ୍ତ କରି ଦେଇଥିଲେ ା ପରେ ସ୍ଥାନୀୟ ଲୋକେ ପ୍ରଶାନ୍ତଙ୍କୁ ଉଦ୍ଧାର କରି କବିସୂର୍ଯ୍ୟନଗର ଡାକ୍ତରଖାନାକୁ ନେଇଥିଲେ ା ଚିକିସତ୍ା ପରେ ପ୍ରଶାନ୍ତଙ୍କୁ ଘରକୁ ଅଣାଯିବା ପରଦିନ ସେ ପୁଣି ଅସୁସ୍ଥ ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ଏହାର ୭ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ମୃତ୍ୟୁ ଘଟିଥିଲା ା ଭାଇଙ୍କୁ ହତ୍ୟା କରାଯାଇଥିବା ଏବଂ ଏଥିରେ ସମ୍ପୃକ୍ତଙ୍କ ସମ୍ପର୍କରେ ସୁରଟରେ ରହୁଥିବା ପ୍ରଶାନ୍ତଙ୍କ ଭଉଣୀ କେତେଜଣଙ୍କଠାରୁ ଶୁଣିବା ପରେ ଓଡିଶା ଆସି ମା’ଙ୍କୁ କହିଥିଲେ ା ପରେ ପ୍ରଶାନ୍ତଙ୍କ ବଡ଼ ଭାଇ, ଭଉଣୀ ଓ ମା’ ଛତ୍ରପୁର ଆସି ଘଟଣା ସମ୍ପର୍କରେ ଅତିରିକ୍ତ ଏସପିଙ୍କୁ ଜଣାଇଛନ୍ତି। ପୁରୁଷୋତ୍ତମପୁର ଏସଡିପିଓ ମଙ୍ଗଳବାର ପ୍ରଶାନ୍ତଙ୍କ ଭଉଣୀଙ୍କ ବୟାନ ରେକର୍ଡ କରିବେ ଏବଂ ଏହାପରେ ଘଟଣାର ପୁନଃ ତଦନ୍ତ ହେବ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri