ପୁଟିନ୍‌ଙ୍କ ମାଷ୍ଟର ପ୍ଲାନ୍‌: ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ଯୋଜନା

ମସ୍କୋ,୨୨।୬: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ମାଷ୍ଟର ପ୍ଲାନ୍‌ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ବୃଦ୍ଧି ଲାଗି ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଛି। ସରକାରଙ୍କ ଏହି ପ୍ରସ୍ତାବ ଉପରେ ଦେଶବ୍ୟାପୀ ଜନସାଧାରଣ ଜୁନ୍‌ ୨୫ରୁ ଜୁଲାଇ ୧ ମଧ୍ୟରେ ମତଦାନ କରିବେ। ମତଦାତା ଏହି ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଏହାକୁ ମଞ୍ଜୁର କଲେ ପୁଟିନ ୨୦୩୬ ପର୍ଯ୍ୟନ୍ତ କ୍ଷମତାରେ ରହିପାରିବେ ବୋଲି ଏକ ସାକ୍ଷାତ୍‌କାରରେ ସୂଚନା ଦେଇଛନ୍ତି। ବର୍ତ୍ତମାନ ୨୦୨୪ ପର୍ଯ୍ୟନ୍ତ ପୁଟିନ୍‌ କ୍ଷମତାରେ ଅଛନ୍ତି। ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଲେ ପୁଟିନ ୨ଟି କାର୍ଯ୍ୟକାଳ ପୁଣି ଶାସନ କରିବେ। ପ୍ରତି କାର୍ଯ୍ୟକାଳର ସମୟ ସୀମା ୬ ବର୍ଷ ରହିଛି। ଏହି ପ୍ରସ୍ତାବକୁ ସଂସଦ ଏବଂ ସାମ୍ବଧାନିକ ନ୍ୟାୟାଳୟର ସ୍ବୀକୃତି ମିଳି ସାରିଛି। ଏହା ଉପରେ ଏବେ ଜନସାଧାରଣଙ୍କର ମତର ଆବଶ୍ୟକତା ରହିଛି। ଏହି ମତଦାନ ମେ ୨୨ରୁ ଆରମ୍ଭ ହେବାର ଥିଲା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହାକୁ ଘୁଞ୍ଚାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?