ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି। ଏହି ଅବସରରେ ତାଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ହୋଇଛି। ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଜାରି ରହିଛି।

ରଏଟର୍ସର ସୂଚନା ଅନୁସାରେ, ବୈଠକ ସମୟରେ ପିଏମ ମୋଦି ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ସେ ପୁଟିନଙ୍କୁ କହିଛନ୍ତି ଯେ, ଯୁଦ୍ଧର ପ୍ରତ୍ୟେକ ଦିନ ମାନବତା ପାଇଁ ବିପଦ ସୃଷ୍ଟି କରୁଛି। ତେଣୁ ଯୁଦ୍ଧ ଶେଷ କରିବା ପାଇଁ ସମସ୍ତଙ୍କୁ ମିଳିତ ଭାବେ ଆବଶ୍ୟକ ପଦକ୍ଷେପ ନେବା ଦରକାର। ପିଏମ ମୋଦି କହିଛନ୍ତି ଯେ, ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ପୁଟିନଙ୍କ ସହ ତାଙ୍କର ନିୟମିତ ଆଲୋଚନା ହୋଇଆସୁଛି। ପୁଟିନ ସମୟ ସମୟରେ ଜଣେ ସଚ୍ଚା ବନ୍ଧୁଙ୍କ ଭଳି ଭାରତକୁ ବିଭିନ୍ନ ବିଷୟରେ ଅବଗତ କରାଇଛନ୍ତି ବୋଲି ସେ କହିଛନ୍ତି।

ମୋଦି କହିଛନ୍ତି, ଦୁଇ ଦେଶ ମଧ୍ୟରେ ଥିବା ବିଶ୍ୱାସ ହେଉଛି ଏକ ବଡ଼ ଶକ୍ତି। ତାଙ୍କ ମତରେ, ବିଶ୍ୱର ମଙ୍ଗଳ କେବଳ ଶାନ୍ତିର ରାସ୍ତାରେ ଆଗକୁ ବଢ଼ିଲେ ହିଁ ସମ୍ଭବ। ପ୍ରଧାନମନ୍ତ୍ରୀ କହିଛନ୍ତି, ବିଶ୍ୱରେ ଶାନ୍ତି ସ୍ଥାପନ ପାଇଁ ସମସ୍ତ ଦେଶକୁ ମିଳିତ ଭାବେ ପ୍ରୟାସ କରିବା ଆବଶ୍ୟକ। ଗତ କିଛି ଦିନ ଧରି ଶାନ୍ତି ପାଇଁ ଯେଉଁ ପ୍ରୟାସ ଜାରି ରହିଛି, ତାହା ନେଇ ସେ ଆଶାବାଦୀ ଥିବା କହିଛନ୍ତି। ‘ଆମେ ସମସ୍ତେ ମିଳି ଶାନ୍ତିର ରାସ୍ତା ଖୋଜିବା ଦରକାର। ଗତ କିଛି ଦିନ ଧରି ଯେଉଁ ପ୍ରୟାସ ଚାଲିଛି, ମୁଁ ବିଶ୍ୱାସ କରୁଛି ନିଶ୍ଚିତ ଭାବେ ଶାନ୍ତି ଆସିବ’ ବୋଲି ପିଏମ ମୋଦି କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri