Posted inଜାତୀୟ

ପୁଣିଥରେ କେରଳକୁ ନିପା ଭାଇରସ୍‌ ଭୟ

ଥିରୁଭାନନ୍ତପୁରମ,୩।୬: କେରଳର ଜଣେ ୨୩ ବର୍ଷୀୟ ବ୍ୟକ୍ତି ନିପା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ପ୍ରାଥମିକ ଅବସ୍ଥାରେ ତାଙ୍କ ଦେହରେ ନିପା ଭାଇରସ୍‌ର ଲକ୍ଷଣ ଦେଖାଯାଇଥିବା କୁହାଯାଉଛି। ସୋମବାର କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଏହି ସୂଚନା ଦେଇଛନ୍ତି। ଏହାକୁ ନେଇ ସେ ୩ ସହରରେ ଫିବର କ୍ଲିନିକ୍‌ ଏହି ଭାଇରସ୍‌ ଉପରେ ନଜର ରଖିବା ଓ୍ବାର୍ଡ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତବର୍ଷ ଯେଉଁ ଡାକ୍ତରମାନେ ଏହି ରୋଗର ଚିକିତ୍ସା କରୁଥିଲେ ସେମାନଙ୍କୁ କୋଚି ଆସିବା ପାଇଁ କୁହାଯାଇଛି। ଗତ ୨ ସପ୍ତାହ ମଧ୍ୟରେ ରୋଗୀ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମଧ୍ୟ ନଜରରେ ରଖାଯାଇଛି। ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ୧୦ ଦିନ ହେବ ଜ୍ୱରରେ ପୀଡିତ ଥିବା ବେଳେ ତାଙ୍କର ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏହାକୁ ନେଇ ଭୟଭୀତ ନ ହେବାକୁ ସରକାର କହିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଏହି ଭାଇରସ୍‌ରେ ଆକ୍ରାନ୍ତ ହୋଇ କେରଳରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri