Posted inଜାତୀୟ

୫୦ ଟପିଲା ପିଆଜ

ନୂଆଦିଲ୍ଲୀ,୨୧।୯: ଖାଉଟିଙ୍କୁ ପୁଣି ଥରେ ପିଆଜ କନ୍ଦାଇଛି। ଦେଶରେ ପିଆଜ ଦାମ୍‌ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଗତ ସପ୍ତାହ ତଳେ ଏହାର ଦାମ୍‌ କିଲୋପିଛା ୩୫ ଟଙ୍କା ଥିବାବେଳେ ଏବେ ଏହା ୫୦ ଟଙ୍କା ଛୁଇଁଛି। ଫଳରେ ଖୋଲା ବଜାରରେ ପିଆଜ ୫୦ ଟଙ୍କାରୁ ଅଧିକରେ ବିକ୍ରି ହେଉଛି। ପିଆଜ ଦାମ୍‌କୁ ନିୟନ୍ତ୍ରଣ କରିବା ଲାଗି ସରକାରଙ୍କ ପକ୍ଷରୁ ଜୁନ୍‌ ମାସଠାରୁ ପ୍ରୟାସ କରାଯାଉଥିଲେ ମଧ୍ୟ ଏହା ସମ୍ଭବ ହୋଇପାରି ନାହିଁ। ଏହାର କିଲୋ ପିଛା ଦାମ୍‌ ଗତ ୪ ବର୍ଷର ରେକର୍ଡ ଭାଙ୍ଗିଥିବା କୁହାଯାଉଛି। ଦିଲ୍ଲୀର ଆଜାଦ୍‌ପୁର ମଣ୍ଡିରେ ପିଆଜ ଦାମ୍‌ ପୂର୍ବରୁ କିଲୋପିଛା ୪୫ ଟଙ୍କା ଥିବାବେଳେ ଏବେ ଏଥିରେ ୫ ଟଙ୍କା ବୃଦ୍ଧି ପାଇଛି। ଏସିଆରେ ବୃହତ୍‌ ମଣ୍ଡି ମହାରାଷ୍ଟ୍ରର ଲାସଲଗାଓ୍ବଁରେ ମଧ୍ୟ ପିଆଜର ଦାମ୍‌ ଶନିବାର ୫୦ ଟଙ୍କା ହୋଇଛି। ୨୦୧୫ପରେ ପିଆଜ ଦାମ୍‌ରେ ଏଭଳି ବୃଦ୍ଧି ଘଟିଥିବା କୁହାଯାଉଛି। ଦକ୍ଷିଣ ଭାରତ ସମେତ ପିଆଜ ଚାଷ ହେଉଥିବା ବିଭିନ୍ନ ଅଞ୍ଚଳରେ ଲଗାତାର ବର୍ଷା ଯୋଗୁ ଚାଷ କାର୍ଯ୍ୟରେ ବାଧା ଉପୁଜି ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଦେଶରେ ପିଆଜ ଅଭାବ ଦୂର କରିବା ପାଇଁ ସରକାର ଗତ ସପ୍ତାହରେ ପିଆଜର ନ୍ୟୁନତମ ରପ୍ତାନୀ ଦାମ୍‌ ଟନ ପିଛା ୮୫୦ ଡଲାର କରିଥିଲେ। ଏହାଦ୍ୱାରା ରପ୍ତାନୀ କମିବା ସହିତ ଦେଶରେ ପିଆଜ ଉପଲବ୍ଧରେ ସମସ୍ୟା ସୃଷ୍ଟି ହେବ ନାହିଁ ବୋଲି କୁହାଯାଉଥିଲା। ତେବେ ମଧ୍ୟ ଦେଶରେ ପିଆଜ ଦାମ୍‌ରେ ବୃଦ୍ଧି ଘଟିଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri