ପୁଣି ଗଞ୍ଜାମରେ ବଦଳିଲା ନିର୍ଦ୍ଦେଶନାମା: ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଖୋଲିବ ଜରୁରୀ ସାମଗ୍ରୀ ଦୋକାନ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଚାଲିଛି। ନିର୍ଦ୍ଦେଶନାମାକୁ ୧୨ଘଣ୍ଟା ପୂରି ନ ଥିବାବେଳେ ପୁଣି ନୂତନ ନିର୍ଦ୍ଦେଶନାମା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାରି କରିଛନ୍ତି। ନୂତନ ନିର୍ଦ୍ଦେଶନାମା ଅନୁସାରେ ମଙ୍ଗଳବାରଠାରୁ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଶନ, ପରିବା, କ୍ଷୀର, ମାଛ, ମାଂସ, ଅଣ୍ଡା, ଫଳ ଆଦି ଜରୁରୀ ସାମଗ୍ରୀ ଦୋକାନ ଖୋଲିବ। ଅପରପକ୍ଷରେ ଔଷଧ ଦୋକାନ ଖୋଳିବା ଉପରେ କିଛି କଟକଣା ନାହିଁ। ଏହି ନିର୍ଦ୍ଦେଶନାମା ୨୯ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।
ପ୍ରକାଶଯୋଗ୍ୟ, ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ଜରୁରୀ ଦୋକାନ ଖୋଲିବ ବୋଲି ସୋମବାର ସନ୍ଧ୍ୟାରେ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ମଙ୍ଗଳବାର ଏଥିରେ ପରିବର୍ତ୍ତନ କରିବା ସହ ଜିଲାପାଳ ଛତ୍ରପୁର ବଜାରରେ ବୁଲି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri