ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ ହେବାକୁ ଯାଉଛି। ବୈଠକରେ ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ଆସନ୍ତା ୨୮ରେ ଏହି ବୈଠକ ବସିବ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ମାତ୍ର ଏନେଇ କୌଣସି ବିଧିବଦ୍ଧ ସୂଚନା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇନାହିଁ। ଫେବୃୟାରୀ ୧୨ରେ ଏହି ବୈଠକ ବସିବା ପୂର୍ବରୁ କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶାହାଙ୍କ ଗସ୍ତ ସମ୍ପର୍କିତ କୌଣସି ସୂଚନା ନ ମିଳିବାରୁ ଏହା ବାତିଲ ହୋଇଥିଲା। ସେହିପରି ଏଥର ମଧ୍ୟ ବୈଠକ ସମ୍ପର୍କରେ ସେପରି କୌଣସି ସଠିକ୍‌ ସୂଚନା ଆସିନାହିଁ। ସରକାରୀ କାର୍ଯ୍ୟକ୍ରମରେ ଶାହା ଓଡିଶା ଆସିବାକୁ ଥିବାବେଳେ ଦୁଇଟି ଭିନ୍ନଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏକ ଘରୋଇ କଲେଜର କାର୍ଯ୍ୟକ୍ରମରେ ତାଙ୍କର ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ଭାଜପା ମଧ୍ୟ ଏକ ବିଶାଳ ସାଧାରଣ ସଭାର ଆୟୋଜନ କରିବାକୁ ସମସ୍ତ ପ୍ରକାର ଦଳୀୟ ମହଲ ଭିତରେ ପ୍ରସ୍ତୁତି ସରିଥିବା ଜଣେ ବରିଷ୍ଠ ନେତାଙ୍କଠାରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri