ପୁଣି ଜନବସତିରେ ପଶିଲା ନରହନ୍ତା ହାତୀ

ପରଜଙ୍ଗ, ୨୫।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନରେ ତାଣ୍ଡବ ସୃଷ୍ଟି କରିଥିବା ନରହନ୍ତା ଦନ୍ତାର ହିଂସ୍ର ଆଚରଣ ବଢ଼ିବାରେ ଲାଗିଛି। ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଦଳିତ ସାହିରେ ଶୁକ୍ରବାର ରାତିରେ ହାତୀ ପଶି ଆତଙ୍କ ସୃଷ୍ଟି କରିଛି। ଦନ୍ତା ଉପଦ୍ରବରେ ମଙ୍ଗୁଳୁ ନାଏକଙ୍କ ଘର ଭାଙ୍ଗିଯାଇଛି। ଘର ତଳେ ଚାପିହୋଇ ମଙ୍ଗୁଳୁ ଏବଂ ତାଙ୍କ ସ୍ତ୍ରୀ ବାଳି ସାମାନ୍ୟ ଆହତ ହୋଇଛନ୍ତି। ହାତୀ ଫେରିବା ବେଳେ ଚେୟାର, ସାଇକେଲ ଏବଂ ଢୋଲ ଭାଙ୍ଗିଦେଇଥିଲା। ଏଥିସହ ଚାଉଳ ବସ୍ତା ବୋହି ନେଇଥିଲା। ପଡ଼ୋଶୀମାନେ ବୃଦ୍ଧ ଦମ୍ପତିଙ୍କୁ ଉଦ୍ଧାର କରିଥିଲେ। ତେବେ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବାରୁ ମଙ୍ଗୁଳୁ ଚିନ୍ତାରେ ପଡ଼ିଛନ୍ତି। ବର୍ଷାରେ ସ୍ତ୍ରୀସ୍ବାମୀ କେଉଁଠି ରାତ୍ରିଯାପନ କରିବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଉଭୟେ ନିବେଦନ କରିଛନ୍ତି।
ଦନ୍ତାହାତୀ ସାହିର ସଞ୍ଜୟ ନାଏକଙ୍କ ଛାତ ଘରେ ପଶିବାକୁ ଉଦ୍ୟମ କରିଥିଲା। ହେଲେ ତାଜା ବାଜିବାରୁ ଏଥିରେ ସଫଳ ହୋଇପାରି ନ ଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ହାତୀ ତାଙ୍କ ଦାଣ୍ଡ ଦୁଆରେ ଥିବା ବାଇକ୍‌ (ନଂ. ଓଡ଼ି ୧୯ ବି ୬୦୨୯), ଗରା, ଡେକ୍‌ଚି ଭାଙ୍ଗି ପକାଇଛି। ସେହିପରି ସାହିର ଅନ୍ୟ କେତେଜଣଙ୍କ ଘର ମଧ୍ୟ ହାତୀ ଭାଙ୍ଗି ଦେଇଥିବା ଜଣାପଡ଼ିଛି।
ଏ ନେଇ ରେଞ୍ଜର ହରମୋହନ ନାୟକ କୁହନ୍ତି, ହାତୀପଲ ଧାନ ଖେତରେ ପଶି ଫସଲ ନଷ୍ଟ କରୁଛନ୍ତି। ଗୋଠରୁ ବାହାରି ଉକ୍ତ ଦନ୍ତା ଜନବସତିରେ ପଶି ବ୍ୟାପକ କ୍ଷୟକ୍ଷତି କରୁଛି। ଅନ୍ୟ ସେକ୍ସନରୁ କର୍ମଚାରୀଙ୍କୁ ଡକାଯାଇ ହାତୀ ଘଉଡ଼ାଇବା କାର୍ଯ୍ୟରେ ନିୟୋଜିତ କରାଯାଇଛି। ନରହନ୍ତା ହାତୀର ଗତିବିଧି ଉପରେ ନଜର ରଖାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri