ପୁଣି ଟୁଇନ୍‌ସିଟିରୁ ଧରାହେଲେ ୧୩୫୫ ଅମାନିଆ ଚାଳକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସଂକ୍ରମଣ ରୋକିବାକୁ କମିଶନରେଟ ପୋଲିସ ଯେତେ କଡ଼ା ଆଭିମୁଖ୍ୟ ଗ୍ରହଣ କଲେ ମଧ୍ୟ ଅମାନିଆଙ୍କୁ କାଟୁ କରୁନି। ଲକ୍‌ଡାଉନ୍‌ ସତ୍ତ୍ୱେ ଗାଡ଼ି ଧରି ରାସ୍ତାକୁ ବାହାରୁଛନ୍ତି। ନିୟମ ଓ କଟକଣା ନ ମାନି ନାନା ବାହାନାରେ ଘୂରି ବୁଲୁଛନ୍ତି। ଇତିମଧ୍ୟରେ ଭୟ ଦେଖାଇବାକୁ ପୋଲିସ କେତେଜଣଙ୍କୁ ଲାଠିରେ ପିଟିବା ସହ ବସ୍‌ଉଠ କରିବା, ଗାଡ଼ି ଜବତ ଓ ଜରିମାନା କରିଛି। ତଥାପି ସେମାନେ ସୁଧୁରୁନାହାନ୍ତି। ବୁଧବାର କଟକ ଓ ଭୁବନେଶ୍ବର ଟୁଇନ୍‌ସିଟିରୁ ୧୩୫୫ ଅମାନିଆ ଗାଡ଼ି ଚାଳକ ଧରାପଡିଛନ୍ତି। ଭୁବନେଶ୍ୱରରେ ୭୩୩ ଗାଡି ଓ କଟକରେ ୬୨୨ ଗାଡି ଜବତ ହୋଇଛି। ନିୟମ ଉଲ୍ଲଂଘନ କରିଥିବା ଚାଳକଙ୍କଠାରୁ ୧୫୦୦ରୁ ୨ ହଜାର ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯାଇଛି। ତେବେ ଲକ୍‌ଡାଉନ୍‌ଠାରୁ ଏପର୍ଯ୍ୟନ୍ତ ଭୁବନେଶ୍ବରରେ ୬୨୩୫ ଗାଡି ଜବତ ହୋଇଥିବା କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏଥିମଧ୍ୟରେ ଦୁଇଚକିଆ ଓ ଚାରି ଚକିଆ ଯାନ ରହିଛି।
ବୁଧବାର ରାଜଧାନୀର ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଥିବାବେଳେ ଅମାନିଆ ଚାଳକ ଧରାପଡିବା ପରେ ଖସିବାକୁ ଚେଷ୍ଟା କରିଥିଲେ। କୌଣସି ଜରୁରୀ କାର୍ଯ୍ୟ ନ ଥିଲେ ଘରୁ ଗାଡି ଧରି ନ ବାହାରିବା ପାଇଁ ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?