ପୁଣି ଡିଜେଲ ୨୧ପଇସା କମିଲା

ଭୁବନେଶ୍ୱର,୨୧।୮: କ୍ରମାଗତ ତୃତୀୟ ଦିନ ଲାଗି ସାରା ଦେଶରେ ଡିଜେଲ ଦର ହ୍ରାସ ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ଶୁକ୍ରବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୨୧ ପଇସା କମିଛି। ଫଳରେ ଏଠାରେ ଡିଜେଲ ମୂଲ୍ୟ ୯୭.୨୭ ଟଙ୍କାରେ ବିକ୍ରି ହେଉଛି। ଏହା କୋଭିଡ୍‌ ସମୟରେ ପରିବହନ କ୍ଷେତ୍ରକୁ ସାମାନ୍ୟ ଆଶ୍ୱସ୍ତି ଦେଇଥିଲେ ମଧ୍ୟ ଡିଜେଲର ସର୍ବକାଳନୀ ରେକର୍ଡ ଯୋଗୁ ଖାଉଟିଙ୍କ ଉପରେ ଏହାର ବ୍ୟାପକ ପ୍ରଭାବ ପଡୁଛି। ଅପରପକ୍ଷରେ ଗତ ୫ ସପ୍ତାହ ହେବ ପେଟ୍ରୋଲ ଦର ସ୍ଥିର ରହିଥିଲେ ମଧ୍ୟ ଏହାର ମୂଲ୍ୟ ହ୍ରାସ ହୋଇନାହିଁ। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୨.୬୬ ଟଙ୍କାରେ କାରବାର ହେଉଛି।
ସେହିଭଳି ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ଉପରେ ୨୦ ପଇସା ହ୍ରାସ ଘଟିଥିବା ଜଣାପଡିଛି। ଏହି ଦର ହ୍ରାସ ଫଳରେ ସେଠାରେ ଡିଜେଲ ଲିଟର ପିଛା ୮୯.୨୭ ଟଙ୍କାରେ କାରବାର ହେଉଛି। ସେହିପରି ନୂଆଦିଲ୍ଲୀରେ ମଧ୍ୟ ପେଟ୍ରୋଲ ଦର ସ୍ଥିର ରହିବା ସହ ଲିଟର ପିଛା ୧୦୧.୮୪ ଟଙ୍କାରେ ବିକ୍ରି ହେଉଛି। ଅନ୍ୟପକ୍ଷରେ ଦେଶର ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ଡିଜେଲ ଦର ଯଥାକ୍ରମ ୯୩.୮୪ ଟଙ୍କା, ୯୨.୩୨ ଟଙ୍କା ଏବଂ ୯୬, ୮୪ ଟଙ୍କା ରହିଛି। ଏହିସବୁ ମେଟ୍ରୋ ସହରରେ ମଧ୍ୟ ପେଟ୍ରୋଲ ପୂର୍ବ ପରି ସ୍ଥିର ଅଛି।
କୋଭିଡ୍‌ ମହାମାରୀ ସମୟରେ ତୈଳ ଦର ଅହେତୁକ ଭାବେ ବୃଦ୍ଧି ଯୋଗୁ ତା’ର ପ୍ରଭାବ ସବୁ କ୍ଷେତ୍ର ଉପରେ ପଡୁଛି। ଡିଜେଲ ଦର ବୃଦ୍ଧି ଯୋଗୁ ପରିବହନରୁ ପରିବା ହାଟ ସବୁ ସ୍ତରରେ ଦର ବୃଦ୍ଧି ଘଟୁଛି। ଫଳରେ ଏହାକୁ ନେଇ ବିରୋଧୀ ଓ ଖାଉଟି ଏପରିକି ବିଭିନ୍ନ ସଂଗଠନ ପକ୍ଷରୁ ମଧ୍ୟ କେନ୍ଦ୍ର ସରକାରଙ୍କ ବିରୋଧରେ ଅସନ୍ତୋଷ ପ୍ରକାଶ ସହ ବିରୋଧ ପ୍ରଦର୍ଶନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri