ପୁଣି ବାହାରୁ ରୋଗୀ କିଣିଲେ ମେଡିସିନ: ସମ୍ପର୍କୀୟ ତାତିଲା ପରେ ଚେତିଲେ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୧ା୧୧- ୫-ଟି ସଚିବଙ୍କ ତାଗିଦ ପରେ ବି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କ ମଧ୍ୟରୁ ଅନେକଙ୍କୁ ବାହାରୁ ଔଷଧ କିଣିବାକୁ ପଡ଼ୁଥିବା ଅଭିଯୋଗ ହେଉଛି। ଗୁରୁବାର ଏପରି ଘଟଣାକୁ ନେଇ ପୁରୁଷ ଓ୍ବାର୍ଡରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ସମ୍ପର୍କୀୟ ତାତିବା ପରେ ମେଡିକାଲ କର୍ତ୍ତୃପକ୍ଷଙ୍କ ଚେତା ଉଦୟ ହୋଇଛି। ତୁରନ୍ତ ମେଡିକାଲ ପକ୍ଷରୁ ବାହାରୁ ଔଷଧ କିଣାଯାଇ ସମ୍ପକ୍ତ ରୋଗୀଙ୍କୁ ପ୍ରଦାନ କରାଯାଇଛି।
ସୂଚନା ଅନୁଯାୟୀ, ବଅଁରପାଳ ବ୍ଲକ ଗୋଳାବନ୍ଧ ଅଞ୍ଚଳର ବଶିଷ୍ଟ ସ୍ବାଇଁ(୨୧) ସିକ୍‌ଲିନ୍‌ ରୋଗରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମାସକୁ ସେ ୩ଥର ଚିକିତ୍ସା ପାଇଁ ଆସିଥାନ୍ତି। ଗତ ଦୁଇଦିନ ତଳେ ସେ ପୁରୁଷ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ହେଲେ ମେଡିକାଲରେ ତାଙ୍କୁ ମାଗଣାରେ ଔଷଧ ମିଳୁନାହିଁ। ଫଳରେ ଦୁଇ ଦିନ ହେଲା ସେ ବାହାରୁ ମେଡିସିନ କିଣୁଥିଲେ। କିନ୍ତୁ ତାଙ୍କ ବିଧବା ମା ଦମୟନ୍ତୀ ସ୍ବାଇଁଙ୍କ ନିକଟରୁ ଗୁରୁବାର ଟଙ୍କା ସରିଯିବାରୁ ସେ ମେଡିସିନ କିଣିପାରି ନ ଥିଲେ। ଏ ନେଇ ମେଡିକାଲରେ ଥିବା କର୍ମଚାରୀଙ୍କ ସେ ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ ମେଡିସିନ୍‌ ଦେବା ବଦଳରେ ତାଙ୍କୁ କର୍ମଚାରୀମାନେ ନାଲି ଆଖି ଦେଖାଇଥିଲେ। ଫଳରେ ସେ ଓ୍ବାର୍ଡ ମଧ୍ୟରେ ପାଟିତୁଣ୍ଡ କରିବା ସହ ଜିଲାପାଳଙ୍କୁ ଅବଗତ କରିବେ ବୋଲି କହିଥିଲେ। ଏହାପରେ କର୍ମଚାରୀମାନେ ତାଙ୍କୁ ସିଡିଏମ୍‌ଓଙ୍କୁ ଅବଗତ କରିବାକୁ ପରାମର୍ଶ ଦେଇଥିଲେ। ରୋଗୀଙ୍କ ମା’ ଦମୟନ୍ତୀ ଏ ନେଇ ଏଡିଏମ୍‌ଓ(ମେଡିକାଲ)ଙ୍କୁ ଜଣାଇବା ପରେ ତାଙ୍କ ପୁଅଙ୍କ ପାଇଁ ମେଡିସିନ୍‌ ପ୍ରଦାନ କରାଯାଇଥିବା ସୂଚନା ମିଳିଛି।
ଏ ସମ୍ପର୍କରେ ସିଡିଏମ୍‌ଓ ଡାକ୍ତର ଅମରେନ୍ଦ୍ରନାଥ ମହାନ୍ତି କହିଛନ୍ତି, ଏପରି ଘଟଣା ଶୁଣିଥିଲି। ସିକଲିନ୍‌ ରୋଗୀଙ୍କୁ ମେଡିସିନ୍‌ ପ୍ରଦାନ କରାଯାଇଛି। ମେଡିକାଲରେ ମେଡିସିନ୍‌ ନ ଥିଲେ ଆମେ ବାହାରୁ କିଣି ରୋଗୀଙ୍କୁ ଦେବାର ନିୟମ ରହିଛି। ଏପରି କି ଗୁରୁବାର ତିନୋଟି ଏପରି ମେଡିସିନ୍‌ ବାହାରୁ କିଣା ହେବା ଘଟଣା ସମ୍ପର୍କରେ ଡାକ୍ତରମାନେ ଅବଗତ କରିଥିବା ସିଡିଏମ୍‌ଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri