ପୁଣି ବିବାଦରେ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ: ସେମିଷ୍ଟର ପରୀକ୍ଷାଫଳରେ ତ୍ରୁଟି ଅଭିଯୋଗ

ବ୍ରହ୍ମପୁର ଅଫିସ,୧୯ା୬-ପରୀକ୍ଷା ପରିଚାଳନା ଏବଂ ଖାତା ମୂଲ୍ୟାୟାନକୁ ନେଇ ପୁଣି ଥରେ ବିବାଦକୁ ଆସିଛି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ। ଶେଷ ସେମିଷ୍ଟର ପରୀକ୍ଷାଖାତା ଦେଖାରେ ତ୍ରୁଟି ହୋଇଥିବା ଅଭିଯୋଗ ଆଣିଛନ୍ତି ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ, ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଏବଂ ଗୋପାଳପୁର ମହାବିଦ୍ୟାଳୟ ଛାତ୍ରୀଛାତ୍ରମାନେ। ମଙ୍ଗଳବାର ଏନେଇ ସେମାନେ କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ରଙ୍କୁ ସାକ୍ଷାତ କରିଛନି।
ଛାତ୍ରୀଛାତ୍ରଙ୍କ ଅଭିଯୋଗ ହେଲା, ବତ୍ତର୍ର୍ମାନ ଯେଉଁ ପରୀକ୍ଷାଫଳ ପ୍ରକାଶ ପାଇଛି, ସେଥିରେ ଅନେକ ତ୍ରୁଟି ଦେଖିବାକୁ ମିଳିଛି। କେବଳ ଏହି ସେମିଷ୍ଟର ନୁହେଁ, ପୂର୍ବ ସେମିଷ୍ଟର ପରୀକ୍ଷାଗୁଡ଼ିକରେ ମଧ୍ୟ ଖାତା ଦେଖାରେ ଗୁରୁତର ତ୍ରୁଟି ହୋଇଥିଲା। ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା। ପଦକ୍ଷେପ ନିଆଯିବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଶେଷ ସେମିଷ୍ଟର ପରୀକ୍ଷା ଫଳରେ ମଧ୍ୟ ତ୍ରୁଟି ଦେଖାଦେଇଛି। ହଜାର ହଜାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଖେଳ ଖେଳୁଛନ୍ତିି। ଯେଉଁମାନେ ମୋଟରେ ୮୦ପ୍ରତିଶତ ମାର୍କ ରଖିଛନ୍ତିି, ସେମାନେ ଗୋଟିଏ ବିଷୟରେ ଫେଲ୍‌ ହୋଇଯାଇଛନ୍ତି। ଫଳରେ ସେମାନଙ୍କର ଗୋଟିଏ ବର୍ଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଗଲା। ଅନେକ ଛାତ୍ରୀଛାତ୍ର ପାସ୍‌ ମାର୍କ ରଖିଥିଲେ, ମଧ୍ୟ ଗୋଟିଏ ବିଷୟରେ ଫେଲ୍‌କରି ଦିଆଯାଇଛି। ଅନ୍ୟପଟେ ଗୋଟିଏ ସେମିଷ୍ଟର ପରୀକ୍ଷା ଫଳ ଅନ୍‌ଲାଇନ୍‌ରେ ପ୍ରକାଶ କରାଯାଉଥିବା ବେଳେ ଆଉ କେତେକ ପରୀକ୍ଷା ଫଳ ଅଫ୍‌ଲାଇନ୍‌ରେ ପ୍ରକାଶ କରାଯାଉଛି। ଦୁଇ ତିନଟି ସେମିଷ୍ଟର ପରୀକ୍ଷାଫଳ ଗୋଟିଏ ସମୟରେ ପ୍ରକାଶିତ ହେଉଛି। ତୁରନ୍ତ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏଥିରେ ହସ୍ତକ୍ଷେପ କରି ସମସ୍ୟାର ସମାଧାନ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି।
ଅଭିଯୋଗକୁ ଗୁରୁତର ଭାବେ ନେଇଥିଲେ କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ର। ତୁରନ୍ତ ପରୀକ୍ଷା ନିୟନ୍ତ୍ରକଙ୍କୁ ଡାକି ତାଗିଦ କରିଥିଲେ। ଏଥିସହ ଯେଉଁ ଛାତ୍ରୀଛାତ୍ରମାନେ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଅଛନ୍ତିି, ସେମାନେ ନିଜ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ଜରିଆରେ ଲିଖିତ ଭାବେ ଆବେଦନ କଲେ, ଖାତା ପୁନଃ ମୂଲ୍ୟାୟାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଥି ସହ ଥରେ ଅନ୍‌ଲାଇନ୍‌, ଆଉ ଥରେ ଅଫ୍‌ଲାଇନ୍‌ ବଦଳରେ ଗୋଟିଏ ମାଧ୍ୟମରେ ପରୀକ୍ଷା ଫଳ ପ୍ରକାଶ କରିବାକୁ କୁଳପତି ମିଶ୍ର ନିର୍ଦ୍ଦେଶ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri