ପୁଣି ରିଲିଜ ହେବ ‘ଗୁଡ୍‌ ନ୍ୟୁଜ୍‌’ ଓ ‘ଡ୍ରିମ୍‌ ଗର୍ଲ’

ମୁମ୍ବାଇ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାର ଏବଂ ଆୟୁଷ୍ମାନ ଖୁରାନାଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। କଥା କ’ଣ କି, ଅକ୍ଷୟ କୁମାର ଏବଂ ତାଙ୍କ ସାଥୀ କଳାକାର କରୀନା କପୁର, ଦିଲଜିତ ଦୋସାଞ୍ଜ ଏବଂ କିଆରା ଆଡଭାଣୀଙ୍କ କମେଡି ଭିତ୍ତିକ ଡ୍ରାମା ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ ପୁଣି ଥରେ ସିନେମା ଘରେ ମୁକ୍ତିଲାଭ କରିବ। ଏଥିସହ ଆୟୁଷ୍ମାନ ଖୁରାନାଙ୍କ ଗତବର୍ଷ ମୁକ୍ତିଲାଭ କରିଥିବା ଫିଲ୍ମ ‘ଡ୍ରିମ୍‌ ଗର୍ଲ’ ମଧ୍ୟ ଏଥିରେ ସାମିଲ ହୋଇଛି। ତେବେ ଏହା ଭାରତରେ ନୁହେଁ ବରଂ ୟୁଏଇରେ ମୁକ୍ତିଲାଭ କରିବ। କରୋନା ମହାମାରୀ ପାଇଁ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଯୋଗୁ ସର୍ବାଧିକ ପ୍ରଭାବିତ ହୋଇଥିବା ସ୍ଥାନ ମଧ୍ୟରେ ସାଉଦୀ ଆରବ ମଧ୍ୟ ଗୋଟିଏ। ଦୁବାଇରେ ଧୀରେ ଧୀରେ ଜନଜୀବନ ସାମାନ୍ୟ ହୋଇଥିବା ବେଳେ ମେ’ ୨୭ ତାରିଖରୁ ସେଠାରେ ସିନେମା ଘର ଗୁଡ଼ିକ ଖୋଲାଯାଇଛି। ଏବେ ଏହି ସିନେମା ଘରେ ଉଭୟ ହଲିଉଡ୍‌ ଏବଂ ବଲିଉଡ୍‌ ଫିଲ୍ମ ଧୁମ୍‌ ମଚାଇବା ଲାଗି ପ୍ରସ୍ତୁତ ଅଛି। ଗତବର୍ଷ ରିଲିଜ୍‌ ହୋଇଥିବା ବଲିଉଡ୍‌ ଫିଲ୍ମ ‘ଗୁଡ ନ୍ୟୁଜ୍‌’ ଏବଂ ‘ଡ୍ରିମ୍‌ ଗର୍ଲ’ ଭାରତୀୟ ସିନେମା ଘରେ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟବସାୟ କରିଥିଲା। ଗୁଡ୍‌ ନ୍ୟୁଜ୍‌ର ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅକ୍ଷୟ କୁମାର କହିଛନ୍ତି ଯେ, ଦୁବାଇରେ ତାଙ୍କର ଫିଲ୍ମ ଗୁଡ଼ିକ ସର୍ବଦା ଦର୍ଶକ ପସନ୍ଦ କରିଥାନ୍ତି। ତେବେ ଏହି ଘଡିସନ୍ଧି ମୁହୂର୍ତ୍ତରେ ତାଙ୍କ ଅଭିନୀତ ଫିଲ୍ମ ଦର୍ଶକଙ୍କୁ ବେଶ୍‌ ମନୋରଞ୍ଜନ ଯୋଗାଇବ ବୋଲି ସେ ଆଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri