ପୁଣି ଲଘୁଚାପ ସୃଷ୍ଟି: ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)- ଭାରତ ମହାସାଗରର ମନ୍ନାର ଉପସାଗର ଏବଂ ସଂଲଗ୍ନ ଶ୍ରୀଲଙ୍କା ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହା କେଉଁ ଦିଗରେ ଗତି କରିବ ଓ ପ୍ରଭାବ କ’ଣ ରହିବ ତାହା ଏଯାଏ ସ୍ପଷ୍ଟ ହୋଇନି। ଅପରପକ୍ଷେ ସୋମବାର କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ସେହିପରି ମଙ୍ଗଳବାର ଓ ବୁଧବାର ମଧ୍ୟ ବିକ୍ଷିପ୍ତ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର,ମୟୁରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପବନ ହେବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବର୍ଷା ସମୟରେ ୪୦ ରୁ ୫୦ କି.ମି. ବେଗରେ ପବନ ବହିବା ନେଇ ସୂଚନା ଜାରି କରାଯାଇଛି। ସେହିପରି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହିତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ସୂଚନା ଦିଆଯାଇଛି। ଆସନ୍ତା ୨ଦିନ ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତେଣୁ ଗରମ ଓ ଗୁଳୁଗୁଳି ଅସହ୍ୟ ହେବ ବୋଲି ଆକଳନ କରାଯାଇଛି। ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ସର୍ବାଧିକ ତାପମାତ୍ରା ସମ୍ବଲପୁରଠାରେ ୩୯.୨ ଡିଗ୍ରୀ ରହିଥିଲା। ସେହିପରି ଟିଟିଲାଗଡ଼ରେ ୩୯ ଡିଗ୍ରୀ, ବଲାଙ୍ଗୀରରେ ୩୮.୯ ଡିଗ୍ରୀ, ଝାରସଗୁଡାରେ ୩୮.୪ ଡିଗ୍ରୀ, ଅନୁଗୁଳରେ ୩୮.୩ ଡିଗ୍ରୀ, ନୂଆପଡ଼ାରେ ୩୮.୨ ଡିଗ୍ରୀ, ଖୋର୍ଦ୍ଧା, ତାଳଚେର ଏବଂ ଭବାନୀପାଟଣାରେ ୩୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri