ଫିରିଙ୍ଗିଆ,୨୦ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ ଫିରିଙ୍ଗାଆ ବଜାରରେ ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା ‘ବିପ୍ଲବୀ ଡେଙ୍ଗୁରା’ ବୋଲି ଉଲ୍ଲେଖ ରହିଥିବା ଏହି ପୋଷ୍ଟରରେ ରାଜ୍ୟର କୃଷିନୀତିକୁ ସମାଲୋଚନା କରାଯାଇଛି। ଦ୍ୱିତୀୟ ସବୁଜ ବିପ୍ଲବ ନଁାରେ ହେଉଥିବା ଷଡଯନ୍ତ୍ରକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରୋତ୍ସାହନ ଦେଉଥିବାରୁ କୃଷି ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡିଛି। ବିଦେଶୀ ବିହନ ଓ ସାର ଆମ ମାଟିର ଉର୍ବରତା ନଷ୍ଟ କରିଦେଇଛି। କାଳିଆ ଯୋଜନା, କିଷାନନିଧି ଯୋଜନା କରାଯାଇ ଚାଷୀଙ୍କୁ ପଙ୍ଗୁ କରିବାକୁ ଯୋଜନା କରାଯାଇଛି। ଚାଷଜମି କମ୍ପାନୀମାନଙ୍କୁ ଦିଆଯାଉଛି। ଫଳରେ ଅନେକ ଚାଷୀ ଆତ୍ମହତ୍ୟା କରୁଛନ୍ତି। ତେଣୁ ପୁଣିଥରେ କୃଷି ଶିଳ୍ପକୁ ବିକାଶ କରି ଗଞ୍ଜେଇ ଚାଷକୁ ନିୟନ୍ତ୍ରଣ କରିବାକୁ ଆହ୍ବାନ ଦିଆଯାଇଛି ା
ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…
ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ….
ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…
ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…
ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…
ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…
କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….
ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…
ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ
ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…
ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…
ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍ପି
ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା…
Archives

