ପୁଣି ଲୁଟେରା ମାତିଲେ : ପିସ୍ତଲ ଦେଖାଇ ଟଙ୍କା, ମୋବାଇଲ ଲୁଟି ନେଲେ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : କମିଶନରେଟ୍‌ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇ ପୁଣି ଲୁଟେରା ମାତିଛନ୍ତି। ପାତ୍ରପଡା ଅଞ୍ଚଳରେ ଥିବା ଦୋକାନରେ ପଶି ମୁଣ୍ଡରେ ପିସ୍ତଲ ଲଗାଇ ଟଙ୍କା ଓ ମୋବାଇଲ ଲୁଟ୍‌ କରିବା ଘଟଣା ଆତଙ୍କ ଖେଳାଇ ଦେଇଛି। ସିସିଟିଭିରେ କଏଦ ସମ୍ପୂର୍ଣ୍ଣ ଦୃଶ୍ୟ କଏଦ୍‌ ହୋଇଥିଲା। ଏ ନେଇ ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି।
ସୂଚନା ମୁତାବକ ହରମୋହନ ବେହେରାଙ୍କ ପାତ୍ରପଡା ଭେନସ ଭୋଜନାଳୟ ନିକଟରେ ଏକ ବହି ଦୋକାନ ରହିଛି। ଶନିବାର ରାତି ସାଢେ ୧୦ଟା ବେଳେ ଦୋକାନ ବନ୍ଦ କରିଥିଲେ। ପ୍ରତିଦିନ ପରି ଦୋକାନ ବନ୍ଦ ପରେ ତାଙ୍କ ଭିଣୋଇ ଦୋକାନକୁ ଶୋଇବାକୁ ଅସିବା ପରେ ହରମୋହନ ବେପାର ଟଙ୍କା ଧରି ଘରକୁ ଯାଇଥିଲେ। ହରମୋହନ ଆସିବାର ୧୦ ମିନିଟ୍‌ ପରେ ଏକ ପଲସର ବାଇକ୍‌ରେ ୩ ଜଣ ଦୁର୍ବୃତ୍ତ ଆସି ବାଇକ୍‌ ରଖି ସିଧାସଳଖ ଦୋକାନରେ ପଶିଥିଲେ। ତାଙ୍କ ଭିଣୋଇଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଯାହା ଅଛି ବାହାର କର ନଚେତ ଗୁଳି ଫୁଟେଇ ଦେବୁ କହିଥିଲେ। ଭୟଭୀତ ଅବସ୍ଥାରେ ତାଙ୍କ ଭିଣେଇ କିଛି ନ ଥିବା ମନା କରିବାରୁ ତାଙ୍କ ମୋବାଇଲ ଏବଂ ମୋବାଇଲ କଭର ଭିତରେ ଥିବା ୨୧ ଶହ ଟଙ୍କାକୁ ଛଡାଇ ନେଇ ଫେରାର ହୋଇଯାଇଥିଲେ। ଖବରପାଇ ହରମୋହନ ଆସିବା ବେଳକୁ ଲୁଟେରାମାନେ ଫେରାର ହୋଇ ଯାଇଥିଲେ। ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜରେ ସମସ୍ତ ଦୃଶ୍ୟ କଏଦ ହୋଇଥିଲା। ସିସିଟିଭି ଫୁଟେଜ ସହ ହରମୋହନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଧରିବା ଲାଗି ତନାଘନା ଚଳାଇଥିବା ବେଳେ ସେମାନଙ୍କ ଟେର ପାଇ ପାରିନି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri