ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନସାଧାରଣଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ଘର ଭିତରେ ମଧ୍ୟ ଗୁଳୁଗୁଳି ଅନୁଭୂତି ହେଉଛି। ରବିବାର ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ହୀରାକୁଦ, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼, ମାଲକାନଗିରି, ସୋନପୁର ଆଦି ୯ ସହରରେ ତାପମାତ୍ରା ୪ଡିଗ୍ରୀ ଟପିଥିଲା। ସମ୍ବଲପୁର ସର୍ବାଧିକ ୪୩.୬ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ହୀରାକୁଦ ୪୩.୧, ଟିଟିଲାଗଡ଼ ୪୨.୬, ଝାରସୁଗୁଡ଼ା ୪୨.୨, ବଲାଙ୍ଗୀର ୪୨, ମାଲକାନଗିରି ୪୧, ସୋନପୁର ୪୦.୮, ଭବାନୀପାଟଣା ୪୦.୫ ଓ ଅନୁଗୋଳ ୪୦.୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ତାପମାତ୍ରା ୩୭.୭ଡିଗ୍ରୀ ରହିଥିବା ବେଳେ କଟକରେ ୩୬.୫ଡିଗ୍ରୀ ରହିଥିଲା। ସେପଟେ କେରଳରେ ମୌସୁମୀ ଛୁଇଁବା ପରେ ଓଡ଼ିଶାରେ ମୌସୁମୀ କେବେ ପହଞ୍ଚିବ, ତାକୁ ନେଇ ସମସ୍ତଙ୍କର ଅପେକ୍ଷା। ଆଉ ୬ଦିନ ମଧ୍ୟରେ ଓଡ଼ିଶାରେ ମୌସୁମୀ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ବର୍ତ୍ତମାନ ପ୍ରାକ୍‌ ମୌସୁମୀ ବର୍ଷା ରାଜ୍ୟର ବିଭିନ୍ନ ସହରରେ ହେଉଛି। ରବିବାର ଉପକୂଳ ଓଡ଼ିଶା ସହ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କେରାପୁଟ ଆଦି ସହରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଜପତି, ଗଞ୍ଜାମ ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ। ବାକି ସବୁ ଜିଲାରେ ପାଗ ଶୁଖିଲା ରହିବ ବୋଲି ପାଣପାଗ କେନ୍ଦ୍ର ଅନୁମାନ କରିଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୂରଭଞ୍ଜ, ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲାରେ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏ ସବୁ ଜିଲାରେ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି। ତେଣୁ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ଜ ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri