Posted inଖେଳ

ପୁଣି ଶତକ ନିକଟରେ ରୋହିତ

ପୁଣି ଶତକ ନିକଟରେ ରୋହିତ
ବିଶାଖାପାଟଣା,୫।୧୦: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ୧୭୬ ରନ୍‌ର ଶତକୀୟ ଇନିଂସ ଖେଳିଥିବା ରୋହିତ ଶର୍ମା ଦ୍ୱିତୀୟ ପାଳିରେ ମଧ୍ୟ ଶତକ ଆଡ଼େ ଅଗ୍ରସର ହେଉଛନ୍ତି। ମ୍ୟାଚ୍‌ର ୪ର୍ଥ ଦିନ ଚା’ ପାନ ବିରତି ସୁଦ୍ଧା ରୋହିତ ୮୪ ରନ୍‌ କରି ଅପରାଜିତ ରହିଛନ୍ତି। ଶନିବାର ଦକ୍ଷିଣ ଆଫ୍ରିକା ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୮୫/୮ରୁ ବ୍ୟାଟିଂ ଆରମ୍ଭ କରି ୪୩୧ ରନ୍‌ରେ ସୀମିତ ରହିଥିଲା। ସେନୁରାନ ମୁଥୁସାମି ୩୩ ରନ୍‌ କରି ନଟ୍‌ଆଉଟ୍‌ ଥିବାବେଳେ ପୂର୍ବରୁ କ୍ୱିଣ୍ଟନ ଡିକକ୍‌ ୧୧୧ ଓ ଡିନ ଏଲଗାର ୧୬୦ ରନ୍‌ କରିଥିଲେ। ଘରୋଇ ଦଳ ପାଇଁ ରବିଚନ୍ଦ୍ରନ ଅଶ୍ୱିନ ସର୍ବାଧିକ ୭ ଓ ରବୀନ୍ଦ୍ର ଜାଡେଜା ୨ ଉଇକେଟ ନେଇଥିଲା। ପ୍ରଥମ ଇନିଂସରେ ୫୦୨ ରନ୍‌ କରିଥିବା ଟିମ୍‌ ଇଣ୍ଡିଆ ୭୧ ରନ୍‌ର ଅଗ୍ରଣୀ ହାସଲ କରିଥିଲା। ଭାରତୀୟ ଦଳ ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରି ଚା’ ପାନ ବିରତି ସୁଦ୍ଧା ଦ୍ୱିତୀୟ ଇନିଂସରେ ୪୮ ଓଭର ଖେଳି ୧ ଉଇକେଟ ହରାଇ ୧୭୫ ରନ୍‌ କରିଛି। ରୋହିତ ୮୪ ଓ ଚେତେଶ୍ୱର ପୂଜାରା ୭୫ ରନ୍‌ କରି ଅପରାଜିତ ରହିଛନ୍ତିି। ଏପର୍ଯ୍ୟନ୍ତ ଭାରତୀୟ ଦଳ ୨୪୬ ରନ୍‌ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri