Posted inଜାତୀୟ

ପୁଣି ସାମ୍ନାକୁ ଆସିଲେ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଛାଡିବାକୁ ଆସିଥିବା ମହିଳା

ନୂଆଦିଲ୍ଲୀ,୧୪।୭: ପାକିସ୍ତାନର ଓ୍ବାଘା ସୀମାରେ ଭାରତ-ପାକିସ୍ତାନ ମଧ୍ୟରେ କରତାରପୁର କରିଡରକୁ ନେଇ ଆରମ୍ଭ ହୋଇଥିବା ବୈଠକରେ ଉପସ୍ଥିତ ଥିବା ମହିଳାଙ୍କୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି। ଅତିତରେ ବାଲାକୋଟ ଆକ୍ରମଣ ପରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ପାକିସ୍ତାନ ମୁକୁଳାଇବା ପରେ ତାଙ୍କୁ ଓ୍ବାଘା ସୀମା ପର୍ଯ୍ୟନ୍ତ ଛାଡିବାକୁ ଆସି ଚର୍ଚ୍ଚାକୁ ଆସିଥିବା ମହିଳା ଜଣଙ୍କ ହି ଁ ଏହି ବୈଠକରେ ଉପସ୍ଥିତ ଅଛନ୍ତି। ସେତେବେଳେ ତାଙ୍କ ଉପସ୍ଥିତିକୁ ନେଇ ନାନା ପ୍ରଶ୍ନ ଉଙ୍କି ମାରିଥିବା ବେଳେ ଏବେ ମଧ୍ୟ ତାଙ୍କ ଉପସ୍ଥିତି ଆସିଛି ଚର୍ଚ୍ଚାକୁ। ତେବେ ଏହି ମହିଳା ଜଣଙ୍କ ହେଉଛନ୍ତି ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟରେ ନିର୍ଦ୍ଦେଶକ ଥିବା ଡା. ଫରିହା ବୁଗତି। ସେ ଜଣେ ଏଫ୍‌ଏସ୍‌ପି(ଭାରତର ଆଇଏଫ୍‌ଏସ୍‌) ଅଧିକାରୀ। ସେ ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟର ପ୍ରଭାରି ଭାବେ ଭାରତ ସମ୍ବନ୍ଧୀୟ ମାମଲା ବୁଝାସୁଝା କରୁଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନ ଜେଲରେ ବନ୍ଦୀ ଥିବା କୁଲଭୂଷଣ ଯାଦବ ମାମଲାରେ ଥିବା ମୁଖ୍ୟ ଅଧିକାରୀଙ୍କ ମଧ୍ୟରେ ସେ ହେଉଛନ୍ତି ଜଣେ। ତେବେ କରତାରପୁର କରିଡରକୁ ନେଇ ବସିଥିବା ବୈଠକରେ ସେ ହେଉଛନ୍ତି ଜଣେ ମୁଖ୍ୟ ସଦସ୍ୟ। ବିଶେଷ ସୂତ୍ରର ସୂଚନା ମୁତାବକ ବୁଗତି ହିଁ ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି। କାରଣ ସାମ୍ନାକୁ ଆସିଥିବା ଏକ ଫଟୋରେ ଦେଖିବାକୁ ମିଳିଛି ଦୁଇ ଦେଶର ପ୍ରତିନିଧି ମଣ୍ଡଳୀଙ୍କ ମଝିରେ ସେ ବସିଛନ୍ତି। ତେବେ ପାକସ୍ତାନ ପକ୍ଷରୁ ତାଙ୍କ ବିଦେଶ ମନ୍ତ୍ରଣାଳୟର ପ୍ରବକ୍ତା ଡା. ମହମ୍ମଦ ଫୈସଲ କରୁଥିବା ବେଳେ ଭାରତର ପ୍ରତିନିଧି ମଣ୍ଡଳର ନେତୃତ୍ୱ ନେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏସ୍‌ ସିଏଲ୍‌ ଦାସ ଓ ବୈଦେଶିକ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଦିପକ ମିତ୍ତଲ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri