Posted inଜାତୀୟ

ପୁଣି ସାମ୍ନାକୁ ଆସିଲେ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଛାଡିବାକୁ ଆସିଥିବା ମହିଳା

ନୂଆଦିଲ୍ଲୀ,୧୪।୭: ପାକିସ୍ତାନର ଓ୍ବାଘା ସୀମାରେ ଭାରତ-ପାକିସ୍ତାନ ମଧ୍ୟରେ କରତାରପୁର କରିଡରକୁ ନେଇ ଆରମ୍ଭ ହୋଇଥିବା ବୈଠକରେ ଉପସ୍ଥିତ ଥିବା ମହିଳାଙ୍କୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି। ଅତିତରେ ବାଲାକୋଟ ଆକ୍ରମଣ ପରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ପାକିସ୍ତାନ ମୁକୁଳାଇବା ପରେ ତାଙ୍କୁ ଓ୍ବାଘା ସୀମା ପର୍ଯ୍ୟନ୍ତ ଛାଡିବାକୁ ଆସି ଚର୍ଚ୍ଚାକୁ ଆସିଥିବା ମହିଳା ଜଣଙ୍କ ହି ଁ ଏହି ବୈଠକରେ ଉପସ୍ଥିତ ଅଛନ୍ତି। ସେତେବେଳେ ତାଙ୍କ ଉପସ୍ଥିତିକୁ ନେଇ ନାନା ପ୍ରଶ୍ନ ଉଙ୍କି ମାରିଥିବା ବେଳେ ଏବେ ମଧ୍ୟ ତାଙ୍କ ଉପସ୍ଥିତି ଆସିଛି ଚର୍ଚ୍ଚାକୁ। ତେବେ ଏହି ମହିଳା ଜଣଙ୍କ ହେଉଛନ୍ତି ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟରେ ନିର୍ଦ୍ଦେଶକ ଥିବା ଡା. ଫରିହା ବୁଗତି। ସେ ଜଣେ ଏଫ୍‌ଏସ୍‌ପି(ଭାରତର ଆଇଏଫ୍‌ଏସ୍‌) ଅଧିକାରୀ। ସେ ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟର ପ୍ରଭାରି ଭାବେ ଭାରତ ସମ୍ବନ୍ଧୀୟ ମାମଲା ବୁଝାସୁଝା କରୁଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନ ଜେଲରେ ବନ୍ଦୀ ଥିବା କୁଲଭୂଷଣ ଯାଦବ ମାମଲାରେ ଥିବା ମୁଖ୍ୟ ଅଧିକାରୀଙ୍କ ମଧ୍ୟରେ ସେ ହେଉଛନ୍ତି ଜଣେ। ତେବେ କରତାରପୁର କରିଡରକୁ ନେଇ ବସିଥିବା ବୈଠକରେ ସେ ହେଉଛନ୍ତି ଜଣେ ମୁଖ୍ୟ ସଦସ୍ୟ। ବିଶେଷ ସୂତ୍ରର ସୂଚନା ମୁତାବକ ବୁଗତି ହିଁ ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି। କାରଣ ସାମ୍ନାକୁ ଆସିଥିବା ଏକ ଫଟୋରେ ଦେଖିବାକୁ ମିଳିଛି ଦୁଇ ଦେଶର ପ୍ରତିନିଧି ମଣ୍ଡଳୀଙ୍କ ମଝିରେ ସେ ବସିଛନ୍ତି। ତେବେ ପାକସ୍ତାନ ପକ୍ଷରୁ ତାଙ୍କ ବିଦେଶ ମନ୍ତ୍ରଣାଳୟର ପ୍ରବକ୍ତା ଡା. ମହମ୍ମଦ ଫୈସଲ କରୁଥିବା ବେଳେ ଭାରତର ପ୍ରତିନିଧି ମଣ୍ଡଳର ନେତୃତ୍ୱ ନେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏସ୍‌ ସିଏଲ୍‌ ଦାସ ଓ ବୈଦେଶିକ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଦିପକ ମିତ୍ତଲ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri