ପୁଣି ସୁରଟ୍‌ରୁ ୨ ବସ୍‌ରେ ଗଞ୍ଜାମ ଫେରୁଛନ୍ତି ପ୍ରବାସୀ

ଛତ୍ରପୁର, ୩୦।୪( ଡି.ଏନ୍‌.ଏ.)- ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରେ ରହିଥିବା ପ୍ରବାସୀ ଓଡିଆ ଏବେ ଘର ବାହୁଡା ହେଉଛନ୍ତି । ଏହି କ୍ରମରେ ଗୁରୁବାର ଗୁଜରାଟର ସୁରଟରୁ ଆଉ ୨ ବସରେ ପ୍ରବାସୀ ଓଡିଆ ଗଞ୍ଜାମ ଜ଼ିଲା ଅଭିମୁଖେ ବାହାରିଛନ୍ତି। ଲକ୍‌ଡାଉନ୍‌କୁ ନେଇ ଫଶି ରହିଥିବା ଓଡିଆ ଶ୍ରମିକଙ୍କୁ ନେଇ ପୁଣି ଗୁଜରାଟର ସୁରଟ୍‌ଠାରୁ ଓଡିଶାକୁ ଆସୁଥିବା ଗୋଟିଏ ବସ୍‌ରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକର ଲୋକ ଥିବାବେଳେ ଅନ୍ୟ ବସ୍‌ରେ ଜଗନ୍ନାଥ ପ୍ରସାଦର ଲୋକ ଅଛନ୍ତି। ପ୍ରତ୍ୟେକ ବସ୍‌ରେ ୩୬ ଜଣ ଲେଖାଏ ଯାତ୍ରୀ ରହିଥିବାବେଳେ ଆଗାମୀ ଦୁଇ ଦିନ ମଧ୍ୟରେ ଏହି ବସ ନିଜ ନିଜର ଗନ୍ତବ୍ୟସ୍ଥଳରେ ପହଞ୍ଚିବା ଅନୁମାନ କରାଯାଉଛି। ମଙ୍ଗଳବାର ସୁରଟ ଜ଼ିଲା ପ୍ରଶାସନ ଓଡିଶା ଫେରିବା ପାଇଁ ବସ୍‌କୁ ଅନୁମତି ସହ ପାସ୍‌ ପ୍ରଦାନ କରିଥିଲେ। ଉଭୟ ଓଡିଶା ଓ ଗୁଜରାଟ ସରକାରଙ୍କ ମିଳିତ ଉଦ୍ୟମରେ ଫସି ରହିଥିବା ଓଡିଶାର ଶ୍ରମିକମାନଙ୍କୁ ନିଜ ଘରକୁ ଫେରିବାର ବ୍ୟବସ୍ଥା କରାଯାଇଛି। ବୁଧବାର ବିଳମ୍ବିତ ରାତିରେ ୪ ଟି ବସ୍‌ରେ ୨୧୭ ଜଣ ପ୍ରବାସୀ ଆସି ଗଞ୍ଜାମରେ ପହଞ୍ଚିଛନ୍ତି। ସେଥିରେ ଜ଼ିଲାର ୧୪ ବ୍ଲକର ଲୋକ ଅଛନ୍ତି। ସମସ୍ତ ପ୍ରବାସୀ ଓଡିଆଙ୍କୁ ଆସିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ପ୍ରଶାସନ ପକ୍ଷରୁ ସ୍ଥାନୀୟ କ୍ବାରାଣ୍ଟାଇନ ହୋମରେ ରଖିବା ପାଇଁ ପ୍ରସ୍ତୁତି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ଥୁଆମୂଳ ରାମପୁରରେ ୭୭ତମ ବନ ମହୋତ୍ସବ ସପ୍ତାହ, ବିଚାରପତି…

ଥୁଆମୂଳ ରାମପୁର,୮।୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ଏବଂ ତାଲୁକ ଆଇନ ସେବା ସମିତିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri