ପୁଣି ସୁସ୍ଥ ହେଲେ ଏନ୍‌ଡିଆରଏଫ୍‌ର ୩୬ ଯବାନ

ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍‌ଡିଆରଏଫ୍‌ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଶୁକ୍ରବାର ପୁଣି ୩୬ ଯବାନ ସୁସ୍ଥ ହୋଇ ଫେରିଛନ୍ତି। ଯବାନମାନେ ଭୁବନେଶ୍ୱରସ୍ଥିତି କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଶୁକ୍ରବାର ସୁସ୍ଥ ହୋଇଥିବା ଯବନାଙ୍କୁ ସ୍ବତନ୍ତ୍ର ଗାଡିରେ ମୁଣ୍ଡଳୀ ଏନ୍‌ଡିଆରଏଫ୍‌ ପରିସରକୁ ଅଣାଯାଇଥିଲା। ପରେ ପ୍ରତ୍ୟେକଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ପ୍ରବେଶଦ୍ୱାର ନିକଟରେ ଏନ୍‌ଡିଆରଏଫ୍‌ର ସିନିୟର କମାଣ୍ଡାଣ୍ଟ ଜାକବ୍‌ କିସ୍‌ପୋଟା ଓ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଏ.କେ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ସମସ୍ତ ଅଧିକାରୀ ଓ କର୍ମଚାରୀ ସମବେତ ହୋଇଥିଲେ। ପ୍ରଶାସନିକ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଏନ୍‌ଡିଆରଏଫ ଡିଜି ସତ୍ୟନାରାୟଣ ପ୍ରଧାନ ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସହ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ, ଏନ୍‌ଡିଆରଏଫ୍‌ର ୧୭୮ ଯବାନ ଅମ୍ଫନ ମୁକାବିଲା ନିମନ୍ତେ ପଶ୍ଚିମବଙ୍ଗ ଯାଇଥିଲେ। ସେଠାରୁ ଫେରିବା ପରେ ୫୧ ଜଣ କରୋନା ପଜିଟିଭ ବୋଲି ଜଣାପଡିଥିଲା। ଦୁଇ ଜଣ କଟକସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୪୯ଜଣଙ୍କୁ ଭୁବନେଶ୍ୱରରେ ଚିକିତ୍ସା କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri