‘ପୁଣି ହସିବ ଓଡ଼ିଶା’ରେ ହେମା ମାଳିନୀଙ୍କ ଓଡ଼ିଶୀନୃତ୍ୟ

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କରିବାକୁ ପ୍ରସ୍ତୁତ ହୋଇଥିବା ‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍‌ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ ତାଳେ ଓଡ଼ିଶୀନୃତ୍ୟ କରିଛନ୍ତି ରାଜ୍ୟର ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ କଳାକାରମାନେ। ହେଲେ ଭିଡ଼ିଓର ମୁଖ୍ୟ ଆକର୍ଷଣ ସାଜିଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ। ହେମାମାଳିନୀଙ୍କ ସହ ଏଥିରେ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ସୁଜାତା ମହାପାତ୍ର, ଗୁରୁ ରତିକାନ୍ତ ମହାପାତ୍ର ଏବଂ ସୃଜନ ଟିମ୍‌, ମୀରା ଦାସ ଏବଂ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତି, ମିହିର ଦାସ, ଅପରାଜିତା ଏବଂ ବୁଦ୍ଧାଦିତ୍ୟ ପ୍ରମୁଖଙ୍କୁ ଦେଖିବାକୁ ମିଳିଛି। ଓଡ଼ିଆ ଅଭିନେତ୍ରୀ ମହେଶ୍ୱତା ରାୟଙ୍କ ଦ୍ୱାରା ପ୍ରସ୍ତୁତ ଏହି ଭିଡ଼ିଓ ଏବେ ଇଣ୍ଟରନେଟ୍‌ରେ ଭାଇରାଲ ହୋଇଛି। ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଏହି କରୋନା ସମୟରେ ଲୋକଙ୍କ ମନୋବଳ ବୃଦ୍ଧି କରିବା ଭିଡ଼ିଓର ମୂଳ ଲକ୍ଷ୍ୟ ବୋଲି ମହେଶ୍ୱତା କହିଛନ୍ତି। ଉକ୍ତ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍‌ ଆନନ୍ଦଙ୍କ ଦ୍ୱାରା ସଂଯୋଜିତ ଏହି ଭିଡ଼ିଓରେ କଣ୍ଠଶିଳ୍ପୀ ସବିଶେଷ, ଦୀପ୍ତିରେଖା ଏବଂ ବିଶ୍ୱଜିତ କଣ୍ଠଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri