ଟିକିରି,୧୨ା୮(ଡି.ଏନ୍.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକର ଅନେକ ଗାଁକୁ ପକ୍କାରାସ୍ତା ନ ଥିବାରୁ ବାରମ୍ବାର ଗର୍ଭବତୀ ବୁହା ହେଉଥିବା ଚିତ୍ର ସାମ୍ନାକୁ ଆସୁଛି। ଗୋଡ଼ିବାଲି ପଞ୍ଚାୟତର ଦୁରୂପାଇ ଗ୍ରାମରେ ଗୁରୁବାର ଏଭଳି ଘଟଣାର ପୁନରାବୃତ୍ତି ଘଟିଛି। ଗାଁର ରାମଚନ୍ଦ୍ର ମାଝିଙ୍କ ସ୍ତ୍ରୀ ସୁଧା ବୁଧବାର ରାତିରେ ଗର୍ଭ ଯନ୍ତ୍ରଣା ଅନୁଭବ କରିଥିଲେ। ଆଶାକର୍ମୀ ହାରାବତୀ ବିଶୋଇ ଏବଂ ଏଏନ୍ଏମ୍ ଜେମାମଣି ସେଠୀଙ୍କୁ ଜଣାଇବା ପରେ ଆମ୍ବୁଲାନ୍ସ ସହ ଯୋଗାଯୋଗ କରାଯାଇଥିଲା। ହେଲେ ଦୁରୂପାଇ ଗାଁକୁ ଭଲ ରାସ୍ତା ନ ଥିବାରୁ ଗର୍ଲିମା ଛକଠାରେ ଆମ୍ବୁଲାନ୍ସ ଅଟକିଯାଇଥିଲା। ବାଧ୍ୟହୋଇ ଆମ୍ବୁଲାନ୍ସ ଚାଳକ ପରୀକ୍ଷିତ ନାଏକ, ଆଶାକର୍ମୀ, ମାତୃଗୃହରେ କାର୍ଯ୍ୟରତ ପଦ୍ମିନୀ ଶବର ଓ ଏଏନ୍ଏମ୍ ଗାଁକୁ ଯାଇ ସୁଧାଙ୍କୁ ତାଙ୍କ ପରିବାର ଲୋକଙ୍କ ସହଯୋଗରେ ୩ କି.ମି. ବାଟ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ତାଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଏବେ ଗର୍ଭବତୀଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମ୍ବୁଲାନ୍ସ ଚାଳକ ପରକ୍ଷିତ ଅନେକ ସମୟରେ ଦୁର୍ଗମ ଅଞ୍ଚଳରୁ ଗର୍ଭବତୀ ଏବଂ ରୋଗୀଙ୍କୁ ଡାକ୍ତରଖାନା ନେବାରେ ସାହାଯ୍ୟ କରି ରାଜ୍ୟ ସରକାରଙ୍କ ଠାରୁ ବେଷ୍ଟ ପାଇଲଟ ସମ୍ମାନରେ ସମ୍ମାନିତ ହୋଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ରାୟଗଡା View All
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
Archives

