ପୁଣି ୫-ଟିକୁ ଅପରାଜିତାଙ୍କ ସମାଲୋଚନା

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୁଣି ଥରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ୫-ଟି କାର୍ଯ୍ୟକ୍ରମକୁ ସମାଲୋଚନା କରିଛନ୍ତି ଭାଜପା ନେତ୍ରୀ ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ସମ୍ବଲପୁର ଗସ୍ତ ଅବସରରେ ସମାଲୋଚନା କରି ସେ କହିଛନ୍ତି, ଏହା କୌଣସି ଅଭିନବ ପଦକ୍ଷେପ ନୁହେଁ। ଗୋଟିଏ କିମ୍ବା ଦୁଇଟିରେ ନୁହେଁ ବରଂ ସବୁ ବିଭାଗରେ ୫-ଟି ଆସୁ। ଏକ ପାଓ୍ବାର କରିଡର ସୃଷ୍ଟି କରି ମନ୍ତ୍ରୀ, ସଚିବଙ୍କୁ ଦୁର୍ବଳ କରା ନ ଯାଉ ବୋଲି ସେ କହିଛନ୍ତି। ଅପରପକ୍ଷେ କର୍ମଚାରୀ ଓ ଡାକ୍ତରଙ୍କ ଉପରେ ନିଆଯାଉଥିବା କାର୍ଯ୍ୟାନୁଷ୍ଠାନ ଉଚିତ କି ପ୍ରଶ୍ନରେ ସେ କହିଥିଲେ, ସବୁ ଜିନିଷର ଏକ ତରିକା ରହିଛି। ସେମାନଙ୍କୁ ସମୟ ଦିଆଯାଉ। ସେହିଭଳି କନିଷ୍ଠ ସଚିବଙ୍କ ଗସ୍ତରେ ବରିଷ୍ଠ ସଚିବ ଉପସ୍ଥିତ ରହୁଥିବା ପ୍ରଶ୍ନରେ ସେ କହିଛନ୍ତି, ମୁଁ ଓଡ଼ିଶାରେ ୨୦ ବର୍ଷ ଓ ଦିଲ୍ଲୀରେ ୫ ବର୍ଷ ଚାକିରି କରିଛି। ହେଲେ କୌଣସି ସ୍ଥାନରେ ଏଭଳି କିଛି ଦେଖିନାହିଁ। ଏହା ଶାସନ ବ୍ୟବସ୍ଥାର ବିସଂଗତି। ବରିଷ୍ଠ ଅଧିକାରୀଙ୍କୁ ଗସ୍ତବେଳେ କନିଷ୍ଟ ଅଧିକାରୀ ସହାୟତା କରିବା କଥା। ବରିଷ୍ଠମାନେ କନିଷ୍ଠଙ୍କ ସହାୟତା ପାଇଁ ଯିବା ଏକ ପ୍ରଶାସନିକ ବିସଂଗତି। ଏଣୁ ପ୍ରଶାସନ ବ୍ୟବସ୍ଥାର ମଡେଲକୁ ପରିବର୍ତ୍ତନ କରିବାକୁ ହେବ ବୋଲି ଅପରାଜିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା,...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri