ପୁଣି ୬ ପଜିଟିଭ୍‌: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୭୪

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଓ୍ବେବ୍‌ ସାଇଟ୍‌ରେ ଦର୍ଶାଯାଇଛି।  ଅପରାହ୍ନରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର ଜିଲା(ଯାଜପୁର ବ୍ଲକର ୩, କୋରେଇ ବ୍ଲକର ୧ ଓ ଦଶରଥପୁର ବ୍ଲକର ୧)ର ୫ ଏବଂ ସୁନ୍ଦରଗଡ଼ ଜିଲା( ବିଶ୍ରା ଅଞ୍ଚଳର ) ୧ ବୋଲି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଗୋଟିଏ ଦିନରେ ୧୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସକାଳେ ଚିହ୍ନଟ ହୋଇଥିବା ଭଦ୍ରକ ଜିଲାର ୫ ଓ ବାଲେଶ୍ୱର ଜିଲାର ୨ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜଣାପଡ଼ିବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଏହି ସ୍ଥାନଗୁଡିକରେ ବିଭିନ୍ନ ଅଧିକାରୀ ପହଞ୍ଚି ଯାଞ୍ଚ ଜାରି ରଖିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିପରି ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri