ପୁତୁରା ଛୁରାମାଡ଼ରେ ଦାଦା ମୃତ

କବିସୂର୍ଯ୍ୟନଗର,୨୩ା୧୦- କବିସୂର୍ଯ୍ୟନଗର ଥାନା ସୁନାରୀଝୋଳା ପଞ୍ଚାୟତର ପଙ୍କଳବାଡ଼ି ଗ୍ରାମ ବେଲପୁର ସାହିରେ ସମ୍ପତ୍ତିକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇଛି। ଶେଷରେ ପୁତୁରା ଛୁରାମାଡ଼ରେ ଦାଦାର ମୃତ୍ୟୁ ଘଟିଛି। ମୃତକ ହେଲେ ଟି. ଶମ୍ବାରିଆ ରେଡ୍ଡୀ (୭୫)। ପ୍ରକାଶ ଯେ, ଶମ୍ବାରିଆଙ୍କ ଏକମାତ୍ର ଭଉଣୀ ବିବାହ କରି ନ ଥିଲେ। ଫଳରେ ପୈତୃକ ସମ୍ପତ୍ତି ଶାମ୍ବାରିଆଙ୍କ ଭାଇ ଓ ଭଉଣୀଙ୍କ ମଧ୍ୟରେ ବଣ୍ଟା ହୋଇଥିଲା। ଭଉଣୀ ଭାଗରେ ୪ ଭରଣ ଜମି ଓ ଏକ ଘର ପଡିଥିଲା। ଯିଏ ଭଉଣୀଙ୍କୁ ଭରଣପୋଷଣ କରିବ ସେ ଜମି ଘର ନେବ ବୋଲି ନିଷ୍ପତି ହୋଇଥିଲା। ଶମ୍ବାରିଆ ଓ ତାଙ୍କ ଭାଇ ମଧ୍ୟରେ ଭଉଣୀଙ୍କୁ ପୋଷିବାକୁ ନେଇ ବିବାଦ ଲାଗି ରହିଥିଲା। ମାତ୍ର ସମ୍ପତ୍ତି ନେଇ ଶମ୍ବାରିଆଙ୍କ ଭାଇ ଭଉଣୀଙ୍କୁ ଘରେ ରଖୁ ନଥିଲେ। ଏନେଇ ଶମ୍ବାରିଆ ଭାଇଙ୍କୁ ପଚାରିବାପରେ ୨ଭାଇଙ୍କ ପୁଅମାନଙ୍କ ମଧ୍ୟରେ ସୋମବାର ରାତିରେ ମାରପିଟ ହୋଇଥିଲା। ଦାଦା ସମ୍ବାରିଆଙ୍କ ଛାତିରେ ପୁତୁରା ଛୁରି ଭୁସି ଦେଇଥିଲେ। ଗୁରୁତର ଅବସ୍ଥାରେ ରାତି ପ୍ରାୟ ୧୦ଟାରେ ଗ୍ରାମବାସୀ ଉଦ୍ଧାର କରି ତାଙ୍କୁ କବିସୂର୍ଯ୍ୟନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ପଠାଇଥିଲା। ମଙ୍ଗଳବାର ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି। ମୃତକଙ୍କ ପୁଅ ଟି. ବିକ୍ରମ ରେଡ୍ଡୀଙ୍କ ଏତଲାକ୍ରମେ ପୋଲିସ ନଂ.୨୫୬/୧୯ରେ ମାମଲା ରୁଜୁ କରି ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଚଳାଇଛି। ୪ ଜଣଙ୍କୁ ଥାନାରେ ଅଟକ
ରଖି ପଚରାଉଚରା ଚାଲିଥିବା ଏସ୍‌ଆଇ ଅଜୁର୍ନ କଅଁର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri