ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି କ୍ରିଟିକାଲ ଏବଂ ନନ୍‌ କ୍ରିଟିକାଲ)ରେ ବିଭକ୍ତ କରିଥିଲେ। କ୍ରିଟିକାଲ ବର୍ଗରେ ଆସୁଥିବା ବିଭାଗର କର୍ମଚାରୀମାନେ କାର୍ଯ୍ୟାଳୟକୁ ଆସିବା ବାଧ୍ୟତାମୂଳକ ଥିବାବେଳେ ପାର୍ସିଆଲି କ୍ରିଟିକାଲ ବିଭାଗର କେଉଁ କର୍ମଚାରୀ କାର୍ଯ୍ୟାଳୟକୁ ଆସିବେ ସେନେଇ ବିଭାଗୀୟ ସଚିବ ସ୍ଥିର କରିବେ ବୋଲି ନିର୍ଦ୍ଦେଶ ରହିଥିଲା। ନନ୍‌ କ୍ରିଟିକାଲ ବିଭାଗର କର୍ମଚାରୀମାନେ କାର୍ଯ୍ୟାଳୟକୁ ନ ଆସିବାକୁ ନିର୍ଦ୍ଦେଶ ରହିଥିଲା। ଏପରି କି ସେମାନେ ଘରେ ରହି ଫୋନ ସହିତ ଯୋଗାଯୋଗ କରିବାକୁ କୁହାଯାଇଥିଲା। ଇତିମଧ୍ୟରେ ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଏପ୍ରିଲ ୩୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଜଟିଳ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପୂର୍ବ ନିର୍ଦ୍ଦେଶକୁ ବାତିଲ କରି ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପୁଣି ଥରେ ସମସ୍ତ ବିଭାଗକୁ ୩ଟି ବର୍ଗରେ ବିଭକ୍ତ କରିଛନ୍ତି। ସେଗୁଡିକ ମଧ୍ୟରୁ ୧୧ଟି କ୍ରିଟିକାଲ ବିଭାଗ, ୧୩ଟି ପାର୍ସିଆଲି କ୍ରିଟିକାଲ ଏବଂ ୧୭ଟି ନନ୍‌ କ୍ରିଟିକାଲ ବିଭାଗ ଭାବେ ଘୋଷଣା କରାଯାଇଛି। ଏ ନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

କ୍ରିିଟିକାଲ ବର୍ଗରେ କୃଷି ଓ କୃଷକ ସଶକ୍ତୀକରଣ, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ, ଗୃହ ଓ ନଗର ଉନ୍ନୟନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା, ପଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ରହିଛି। କଟକ ଓ ଭୁବନେଶ୍ୱର ସହରାଞ୍ଚଳରେ ଥିବା ଉକ୍ତ କାର୍ଯ୍ୟାଳୟଗୁଡ଼ିକରେ ୫୦ପ୍ରତିଶତ କର୍ମଚାରୀ ଉପସ୍ଥିତ ରହିବେ। କ୍ଷେତ୍ରସ୍ତରରେ କେଉଁ କାର୍ଯ୍ୟାଳୟ ଖୋଲାଯିବ ସେନେଇ ପ୍ରଶାସନିକ ବିଭାଗ ନିଷ୍ପତ୍ତି ନେବ। ସେହିପରି ପାର୍ସିଆଲି କ୍ରିଟିକାଲ ବର୍ଗରେ ବାଣିଜ୍ୟ ଓ ପରିବହନ, ଇଲେକ୍ଟ୍ରୋନିକ ଏବଂ ସୂଚନା ପ୍ରଯୁକ୍ତି, ଶକ୍ତି, ଅର୍ଥ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକ ସମ୍ପର୍କ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଜସ୍ବ, ଏସ୍‌ସି/ଏସ୍‌ଟି ଉନ୍ନୟନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଇସ୍ପାତ ଓ ଖଣି, ପୂର୍ତ୍ତ ଏବଂ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ରହିଛି। ଏହି ବିଭାଗର ସମସ୍ତ କାର୍ଯ୍ୟାଳୟରେ ଅତି କମ୍‌ରେ ୧୦ପ୍ରତିଶତ କର୍ମଚାରୀ ଉପସ୍ଥିତ ରହିବେ। ସେହି ବିଭାଗଗୁଡ଼ିକର ପ୍ରଶାସନିକ ବିଭାଗ କ୍ଷେତ୍ରସ୍ଥଳର କାର୍ଯ୍ୟାଳୟଗୁଡ଼ିକ ଖୋଲିବା ନେଇ ନିଷ୍ପତ୍ତି ନେବେ। ଏହାଛଡ଼ା ଅବଶିଷ୍ଟ ୧୭ଟି ବିଭାଗର କାୈଣସି କର୍ମଚାରୀ ଅଫିସକୁ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସେହି ବିଭାଗର କର୍ମଚାରୀମାନେ ଫୋନ ମାଧ୍ୟମରେ ନିଜ ନିଜ ବିଭାଗର କାର୍ଯ୍ୟକୁ ତଦାରଖ କରିବେ। ଅଫିସ୍‌କୁ ଆସୁନଥିବା କର୍ମଚାରୀମାନେ ଘରେ ରହି କାର୍ଯ୍ୟ କରିବା ସହ ସୂଚନା ଦେବାମାତ୍ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri