ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍‌ସିର ଗୁରୁତ୍ୱ

କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ବସିଛି। ଏଥିରେ ବିଡିଓ, ତହସିଲଦାର, ପୋଲିସ, ସ୍ବାସ୍ଥ୍ୟ ବିଭାଗ, ଏନ୍‌ଡିଆରଏଫ୍‌, ଓଡ୍ରାଫ୍‌, ଅଗ୍ନିଶମ ସେବା ସଂସ୍ଥା, ବିଦ୍ୟୁତ୍‌, ଜନସ୍ବାସ୍ଥ୍ୟ, ଗ୍ରାମ୍ୟ ଜଳଯାଗାଣ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି।
ପର୍ଯ୍ୟାପ୍ତ ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା, ସ୍ବାସ୍ଥ୍ୟ ଅଧିକାରୀ ଓ କର୍ମଚାରୀ ପ୍ରସ୍ତୁତ ରହିବା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‌ ସେବା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା ହୋଇଥିଲା। ଏଥିରେ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। ରାସ୍ତାଘାଟ ସଫା, ଗମନାଗମନ ସହଜ କରିବା, ବିଦ୍ୟୁତ୍‌ ଓ ଅଗ୍ନିଶମ ସେବା, ଉଦ୍ଧାର କାର୍ଯ୍ୟ ପାଇଁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ ରହିବାକୁ ଜିଲାପାଳ ଚୟନୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ଚାଳ ଛପର ଓ ମାଟିକାନ୍ଥ ଥିବା ଘର ଚିହ୍ନଟ କରି ଆବଶ୍ୟକ ହେଲେ ସେମାନଙ୍କୁ ତୁରନ୍ତ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରିବା ଓ ସେମାନଙ୍କୁ ଖାଦ୍ୟ, ପାନୀୟ ଓ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉପରେ ଜୋର୍‌ ଦେଇଛନ୍ତି ଜିଲାପାଳ। ବାତ୍ୟା ମୁକାବିଲାରେ ସାମିଲ ହେବାକୁ ଥିବା କର୍ମଚାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ଜିଲା ଜରୁରିକାଳୀନ ଅଧିକାରୀ ପ୍ରଦୀପ ତ୍ରିପାଠୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଗ୍ରାମାଞ୍ଚଳ ଏସ୍‌ପି ରାଧା ବିନୋଦ ପାଣିଗ୍ରାହୀ, ସିଏମ୍‌ସି କମିଶନର ଅନନ୍ୟା ଦାସ, ଡିଆର୍‌ଡିଏ ପିଡି ଅବଦୁଲ ଅଖତର, ଅତିରିକ୍ତ ଜିଲାପାଳ ବିଜୟ ଖଣ୍ଡାୟତରାୟ, କଟକ ସଦର ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri