Posted inରାଜ୍ୟ

ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ

ପୁରୀ ଅଫିସ,୧୬ା୫: ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବୁଧବାର ଅପରାହ୍ନରେ ପୁରୀ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟାରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ସମୟରେ ସମସ୍ତଙ୍କୁ ଧୈର୍ଯ୍ୟ ଧରି ପୁନରୁଦ୍ଧାର କାମରେ ସହଯୋଗ କରିବାକୁ ପଡ଼ିବ। ପୁରୀକୁ ବିଶ୍ୱର ଐତିହ୍ୟ ସହର କରାଯିବ। ତେବେ ବାତ୍ୟାରେ ବିଦ୍ୟୁତ୍‌ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛି। ପୁରୀ ଜିଲାକୁ ଯେଉଁ ୩ଟି ଲାଇନ ଯାଇଛି ତାହା ଫନୀରେ କ୍ଷତିଗ୍ରସ୍ତ ହୋଇଛି। ବିଦ୍ୟୁତ୍‌ ବ୍ୟବସ୍ଥାକୁ ସ୍ବାଭାବିକ କରିବା ଲାଗି ହଜାର ହଜାର ଲୋକ ଦିନରାତି କାମରେ ଲାଗିଛନ୍ତି। ଦ୍ରୁତଗତିରେ ପୁନରୁଦ୍ଧାର କାମ ଚାଲିଛି। ଗୋଟିଏ ଲାଇନ ମରାମତି ସରିଛି। ଏହା ମାଧ୍ୟମରେ ପୁରୀ ସହରକୁ ବିଦ୍ୟୁତ୍‌ ଯୋଗାଣ ହୋଇଛି। ନିମାପଡ଼ା ଏବଂ କୋଣାର୍କ ଏନ୍‌ଏସିକୁ ବୁଧବାର ରାତି ସୁଦ୍ଧା ବିଦ୍ୟୁତ୍‌ ଯୋଗାଣ ହୋଇଯିବ। ଧୀରେ ଧୀରେ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ସେବା ସ୍ବାଭାବିକ ହେବ। ଘରଭଙ୍ଗା କ୍ଷୟକ୍ଷତି ଆକଳନ ପ୍ରକ୍ରିୟା ଆରମ୍ଭ ହୋଇଛି। ସପ୍ତାହକ ମଧ୍ୟରେ ଏହି ଆକଳନ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। କ୍ଷତିଗ୍ରସ୍ତଙ୍କୁ ରିଲିଫ ଦିଆଯାଉଛି।ପ୍ରତ୍ୟେକ ପରିବାରକୁ ୫୦କିଗ୍ରା ଚାଉଳ ଦିଆଯାଇଛି। ଯେଉଁମାନଙ୍କର ରାଶନକାର୍ଡ ନାହିଁ ସେମାନଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବ। ସେହିପରି କ୍ଷତିଗ୍ରସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ନ ହେବା ପର୍ଯ୍ୟନ୍ତ ପ୍ରତି ୧୦ଦିନରେ ପ୍ରତି ପରିବାରକୁ ୨.୫ ଲିଟର ଲେଖାଏ କିରୋସିନ ମାଗଣାରେ ଯୋଗାଇ ଦିଆଯିବ। ଅଳ୍ପ କିଛିଦିନ ମଧ୍ୟରେ ୧୦ଲକ୍ଷ ମହମବତି ବଣ୍ଟାଯିବ। ଆଗାମୀ ଦୁଇମାସ ପାଇଁ ମାଗଣାରେ ସାନିଟାରି ନାପ୍‌କିନ ଯୋଗାଇ ଦିଆଯିବ। ପୁନରୁଦ୍ଧାର କାମ ତ୍ୱରାନ୍ବିତ ନିମନ୍ତେ ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି। ତେଣୁ ଜନସାଧାରଣଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏଥିସହ ବିଦ୍ୟୁତ୍‌ ପୁନରୁଦ୍ଧାର କାମ କରୁଥିବାବେଳେ ପ୍ରାଣ ହରାଇଥିବା ମଙ୍ଗରାଜ ରାଓଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଥିଲେ।

ଉକ୍ତ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ,  ରାଜସ୍ବ ମନ୍ତ୍ରୀ ମହେଶ୍ୱର ମହାନ୍ତି, ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂ, ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଜିଲାପାଳ ବଲୱନ୍ତ ସିଂ, ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଏସ୍‌ପି ଉମାଶଙ୍କର ଦାଶଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଏବଂ ଅଧିକାରୀମାନେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri